Posted inଜାତୀୟ

ପରଲୋକରେ ମହାଭାରତର ଶକୁନି: ବିଭିନ୍ନ ମହଲରେ ଶୋକ

ମୁମ୍ବାଇ,୫।୬: ଲୋକପ୍ରିୟ ପୌରାଣିକ ଧାରାବାହିକ ‘ମହାଭାରତ’ରେ ଶକୁନି ମାମୁ ଚରିତ୍ରରେ ଅଭିନୟ କରିଥିବା ଲୋକପ୍ରିୟ ଅଭିନେତା ଗୁଫି ପେଣ୍ଟାଲ(୭୯)ଙ୍କ ସୋମବାର ପରଲୋକ ହୋଇଯାଇଛି। ଏନେଇ ପରିବାର ଲୋକେ ସୂଚନା ଦେଇଛନ୍ତି।

କିଛି ଦିନ ହେଲା ସେ ବାର୍ଦ୍ଧକ୍ୟଜନିତ ସ୍ବାସ୍ଥ୍ୟ ସମସ୍ୟା ନେଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପୁତୁରା ହିତେନ ପେଣ୍ଟଲ ସୂଚନା ଦେଇଛନ୍ତି। ତାଙ୍କ ମୃତ୍ୟୁ ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ଗୁଫୀଙ୍କ ପୁଅ, ବୋହୂ ଏବଂ ନାତି ଅଛନ୍ତି। ଅପରାହ୍ନ ୪ଟାରେ ମୁମ୍ବାଇର ଅନ୍ଧେରୀ ଉପନଗରୀସ୍ଥିତ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ସୂଚନା ମିଳିଛି।

ଗୁଫୀ ଉଭୟ ଟେଲିଭିଜନ ଧାରାବାହିକ ଓ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ବାହାଦୁର୍‌ ଶାହ ଜାଫର୍‌, ମହାଭାରତ, କାନୁନ, ଓଁ ନମଃ ଶିବାୟ, ସିଆଇଡି, ଦ୍ବାରକାଧୀଶ ଭଗବାନ ଶ୍ରୀକୃଷ୍ଣ, ରାଧାକୃଷ୍ଣ ଏବଂ ‘ଜୟ କହ୍ନେୟା ଲାଲ କି’ ଆଦି ଅନେକ ଟେଲିଭିଜନ ଧାରାବାହିକରେ ସେ ଅଭିନୟ କରିଛନ୍ତି।

୧୯୭୫ରେ ହିନ୍ଦୀ ଚଳଚ୍ଚିତ୍ର ରଫୁ ଚକ୍କର୍‌ରେ ଗୁଫୀ ପ୍ରଥମେ ଅଭିନୟ କରିଥିଲେ। ପରେ ‘ଦିଲ୍ଲଗି’, ‘ଦେଶ ପରଦେଶ’ ଏବଂ ‘ସୁହାଗ’ ଆଦି ଚଳଚ୍ଚିତ୍ରରେ ଅଭିନୟ କରି ଲୋକପ୍ରିୟତା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri