ଆଉ ନାହାନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

ଭୁବନେଶ୍ୱର,୨୭।୨: ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍‌ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।

ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ହଠାତ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ପରେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ।

ମୟୂରଭଞ୍ଜ ଜିଲାର ବାରିପଦାଠାରେ ଜନ୍ମ ହୋଇଥିଲେ ଉତ୍ତମ ମହାନ୍ତି। ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ। ଅଭିନେତ୍ରୀ ଅପରାଜିତାଙ୍କୁ ସେ ବିବାହ କରିଥିଲେ। ତାଙ୍କ ପୁଅ ବାବୁସାନ ମଧ୍ୟ ଜଣେ ଆଗଧାଡିର ଅଭିନେତା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri