ଜୟାପ୍ରଦାଙ୍କୁ ୬ ମାସ ଜେଲ, ୫୦୦୦ଟଙ୍କା ଜରିମାନା

ମୁମ୍ବାଇ,୧୨।୮: ବଲିଉଡର ୮୦ ଓ ୯୦ ଦଶକର ଲୋକପ୍ରିୟ ଅଭିନେତ୍ରୀ ଜୟା ପ୍ରଦା ଅସୁବିଧାରେ ପଡିଛନ୍ତି। ଶୁକ୍ରବାର ଜୟା ପ୍ରଦା ଚେନ୍ନାଇର ଏକ କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଥିଲେ ଏବଂ ତାଙ୍କୁ ୬ମାସ ଜେଲ ଦଣ୍ଡାଦେଶ ହୋଇଥିଲା। ଅଭିଯୋଗ ଅନୁଯାୟୀ ତାଙ୍କ ଉପରେ ୫,୦୦୦ ଟଙ୍କା ଜରିମାନା ମଧ୍ୟ କରାଯାଇଛି। କୋର୍ଟ ତାଙ୍କ ବ୍ୟବସାୟିକ ସହଯୋଗୀ ରାମ କୁମାର ଏବଂ ରାଜା ବାବୁଙ୍କୁ ମଧ୍ୟ ଦୋଷୀ ସାବ୍ୟସ୍ତ କରିଛନ୍ତି ଏବଂ ସେମାନଙ୍କୁ ମଧ୍ୟ ଦଣ୍ଡିତ କରିଛନ୍ତି। ଉଲ୍ଲେଖନୀୟ କଥା ହେଉଛି, ଜୟା ପ୍ରଦା ତାଙ୍କ ଥିଏଟରରେ କାମ କରୁଥିବା ଲୋକଙ୍କୁ ଇଏସଆଇ ଟଙ୍କା ଦେଇ ନ ଥିବା ଅଭିଯୋଗ ହୋଇଥିଲା, ଯାହାକୁ କୋର୍ଟ ସଠିକ ବୋଲି ପ୍ରମାଣ ପାଇଛନ୍ତି।

ସୂଚନାଯୋଗ୍ୟ, ଜୟା ପ୍ରଦା ଚେନ୍ନାଇରେ ଏକ ଥିଏଟର ଚଳାଉଥିଲେ, ଯାହା ପରେ ସେ ବନ୍ଦ କରିଦେଇଥିଲେ। ଏଭଳି ପରିସ୍ଥିତିରେ ଥିଏଟରରେ କାର୍ଯ୍ୟ କରୁଥିବା କର୍ମଚାରୀମାନେ ଜୟାଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ ଏବଂ ତାଙ୍କୁ ଦରମା ଏବଂ ଇଏସଆଇ ଟଙ୍କା ଦେଇ ନ ଥିବା ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗ ହେଉଛି ଯେ ସରକାରୀ ବୀମା ନିଗମକୁ ଇଏସଆଇ ଟଙ୍କା ଦିଆଯାଇ ନାହିଁ।
ଚେନ୍ନାଇର ଏଗମୋର ମାଜିଷ୍ଟ୍ରେଟ କୋର୍ଟରେ ଜୟା ପ୍ରଦା ଏବଂ ତାଙ୍କ ସହଯୋଗୀଙ୍କ ବିରୋଧରେ ‘ଶ୍ରମ ସରକାରୀ ବୀମା ନିଗମ’ ଏକ ମାମଲା ଦାୟର କରିଛି। ଏହା ପରେ ଜୟା ପ୍ରଦା ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଗ୍ରହଣ କରିଛନ୍ତି ଏବଂ ମାମଲା ରଦ୍ଦ କରିବାକୁ ଦାବି କରୁଥିବା ବେଳେ ଦେୟ ପ୍ରଦାନ କରିବାକୁ ମଧ୍ୟ ପ୍ରତିଶୃତି ଦେଇଛନ୍ତି। ତେବେ ଏହି ମାମଲାରେ କୋର୍ଟ ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରି ଜୟା ପ୍ରଦାଙ୍କୁ ଜୋରିମାନା ସହିତ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri