Posted inଖେଳ

ଅବସର ନେଲେ ଏହି ଭେଟେରାନ ହକି ଖେଳାଳି

ନୂଆଦିଲ୍ଲୀ,୨୩ା୬: ଭାରତର ଭେଟେରାନ ହକି ଫରଓ୍ବାର୍ଡ ଲଳିତ ଉପାଧ୍ୟାୟ ଅନ୍ତର୍ଜାତୀୟ ହକିରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଅନ୍ତର୍ଜାତୀୟ ହକି ଖେଳି ଆସୁଥିବା ଲଳିତ ଟୋକିଓ ଓ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଛନ୍ତି।

୨୦୧୪ ବିଶ୍ୱକପ୍‌ରେ ଲଳିତଙ୍କ ପ୍ରଥମ ପଦାର୍ପଣ ହୋଇଥିଲା। ଭାରତୀୟ ଦଳର ସେ ଜଣେ ଅନ୍ୟତମ ପ୍ରମୁଖ ଖେଳାଳି ପରିଗଣିତ ହେଉଥିଲେ। ତାଙ୍କ ଉପସ୍ଥିତିରେ ଭାରତ ୨୦୨୦ ଟୋକିଓ ଅଲିମ୍ପିକ୍ସ ଓ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ହାସଲ କରିଥିଲା। ଉତ୍ତର ପ୍ରଦେଶର ବାରଣାସୀ ଅନ୍ତର୍ଗତ ଏକ ଛୋଟିଆ ଗାଁରେ ଜନ୍ମ ଗ୍ରହଣ କରିଥିବା ସୀମିତ ସମ୍ବଳ ସହ ଅସୀମ ସ୍ବପ୍ନ ଦେଖିଥିଲେ ଏହି ହକି ଖେଳାଳି।

୩୧ ବର୍ଷୀୟ ଲଳିତ ୟୁରୋପିଆନ ଲେଗ୍‌ରେ ରବିବାର ଭାରତର ବେଲଜିୟମ ବିପକ୍ଷରେ ଅନ୍ତିମ ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ ମ୍ୟାଚ ପରେ ଏକ ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ପୋଷ୍ଟ କରି ଅବସର ଘୋଷଣା କରିଛନ୍ତି।

ସେ ସିନିୟରସ୍ତରରେ ଭାରତ ପାଇଁ ୧୮୩ ମ୍ୟାଚ୍‌ ଖେଳି ୬୭ ଗୋଲ୍‌ ସ୍କୋର କରିଛନ୍ତି। ସେ ବର୍ଷ ବର୍ଷ ଧରି ଭାରତୀୟ ଫରଓ୍ବାର୍ଡ ଲାଇନ୍‌ରେ ଜଣେ ନିର୍ଭର ଯୋଗ୍ୟ ଖେଳାଳି ଥିଲେ। ଜୁନ୍‌ ୧୫ରେ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ସେ ଶେଷ ଥର ପାଇଁ ଭାରତୀୟ ଜର୍ସି ପରିଧାନ କରିଥିଲେ। ଏହି ଅବସରରେ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ତାଙ୍କର ପ୍ରତିକ୍ରିୟାରେ କହିଛନ୍ତି ଯେ, ଲଳିତ ତାଙ୍କ ପୀଢ଼ିର ଦକ୍ଷ ଓ ଉତ୍ସର୍ଗୀକୃତ ଫରଓ୍ବାର୍ଡମାନଙ୍କ ମଧ୍ୟରେ ଅନ୍ୟତମ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri