ପରଲୋକରେ ଲୋକପ୍ରିୟ ଯାତ୍ରା କଳାକାର ‘ଭିକୁ ସେଠ୍‌’

ଚୌଦ୍ୱାର,୧୨।୯(ଡି.ଏନ୍‌.ଏ.): ପରଲୋକରେ ଲୋକପ୍ରିୟ ଯାତ୍ରା କଳାକାର ଭିକୁ ସେଠ୍‌ ଓରଫ ମହେନ୍ଦ୍ର ଦାସ। ଶନିବାର ସକାଳେ ଛାତିରେ ଯନ୍ତ୍ରଣା ହେବା ପରେ ଚୌଦ୍ୱାରରୁ କଟକ ନେବା ବାଟରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା। ‘ଶାଗୁଣା ବସିଛି ଡେଣା ମେଲାଇ’ ଯାତ୍ରାରେ ନିଜର ବଳିଷ୍ଠ ଅଭିନୟ ପାଇଁ ସେ ଘରେ ଘରେ ଭିକୁ ସେଠ୍‌ ନାମରେ ପରିଚିତ ଥିଲେ।

ସୂଚନାନୁଯାୟୀ, ଚୌଦ୍ୱାରସ୍ଥିତ ବାସଭବନରେ ହୃଦଘାତ ହେବା ପରେ ତାଙ୍କୁ ପ୍ରଥମେ ଚୌଦ୍ୱାରର ଏକ ଘରୋଇ ନର୍ସିଂହୋମ ଓ ପରେ କଟକ ବଡ଼ ଡାକ୍ତରଖାନା ନିଆଯାଇଥିଲା। ବାଟରେ ତାଙ୍କ ମୃତ୍ୟୁ ଘଟିଥିଲା। ତେବେ ମରଶରୀରକୁ ବାସଭବନକୁ ଅଣାଯାଇ ପୈତୃକ ଗ୍ରାମ ପୁରୀ ଜିଲା ଚନ୍ଦନପୁର କୁଶପଦା ଗ୍ରାମରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ପରିବାର ସୁତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ…

NEET ପରୀକ୍ଷା ଦେବା ପାଇଁ ମଦ୍ୟପାନ କରି ଆସି ସିଟରେ ବସିଗଲେ ପ୍ରାର୍ଥୀ, ହେଲେ କିପରି? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩୧।୮: ତେଲଙ୍ଗାନାର ରଙ୍ଗା ରେଡ୍ଡି ଜିଲାରେ NEET-PG ପରୀକ୍ଷା ଦେଉଥିବା ପ୍ରାର୍ଥୀ ମହମ୍ମଦ ରିଜୱାନ ମଦ୍ୟପାନ କରି ପରୀକ୍ଷାସ୍ଥଳରେ ପହଞ୍ଚିଥିଲେ। ସେ ସୁରକ୍ଷା ବ୍ୟବସ୍ଥାକୁ ଭେଦ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri