ଆଉ ନାହାନ୍ତି ବିଜୟ ମହାନ୍ତି

ଭୁବନେଶ୍ୱର,୨୦।୭(ବ୍ୟୁରୋ)ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି। ଦୀର୍ଘ ମାସର ଅସୁସ୍ଥତା ପରେ ସୋମବାର ରାତିରେ ବିଜୟ ଆଖି ବୁଜିଛନ୍ତି। ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେବାପରେ କିଛି ସମୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ପତ୍ନି ତନ୍ଦ୍ରା ରାୟ ଏବଂ ଝିଅ ଉପସ୍ଥିତ ଥିଲେ। ମଧୁମେହରେ ଆକ୍ରାନ୍ତ ଥିବା ମହାନ୍ତି ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଚିକିତ୍ସା ଲାଗି ତାଙ୍କୁ ଗତ ମେ’ ମାସରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ଆଇସିୟୁ ସ୍ଥାନାନ୍ତର କରିଥିଲେ। ସାମାନ୍ୟ ସୁସ୍ଥ ହେବାପରେ ଓଡ଼ିଶା ଆସିବାକୁ ବଳାଇବାରୁ ଗତ ଜୁନ୍‌ ୧୪ ତାରିଖରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ଭୁବନେଶ୍ୱର ଅଣାଯାଇଥିଲା। ଏଠାରେ ସେ ଏକ ଘରୋଇ ହସ୍ପିଟାଲ ଏବଂ ପରେ ଭୁବନେଶ୍ୱରସ୍ଥିତ ବାସଭବନରେ ରହି ଚିକିତ୍ସିତ ହେଉଥିଲେ। ତେବେ ସ୍ବାସ୍ଥ୍ୟବସ୍ଥା ପୁଣିଥରେ ବିଗିଡ଼ିବାରୁ ଓ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିବାରୁ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା।
ଓଡ଼ିଆ ଫିଲ୍ମ ଜଗତର ଏହି ପ୍ରତିଷ୍ଠିତ କଳାକାରଙ୍କ ଅବସାନ ସହ ଓଡ଼ିଆ ଫିଲ୍ମର ଏକ ଯୁଗର ଅବସାନ ଘଟିଛି। ୧୯୫୦ ମସିହା ଏପ୍ରିଲ ୮ ତାରିଖରେ ବିଜୟ କେନ୍ଦ୍ରପଡ଼ା ଜିଲାର ପାଣ୍ଡିରି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ୨୦୦ରୁ ଊର୍ଦ୍ଧ୍ୱ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିଣିଥିଲେ। ନାୟକ, ଖଳନାୟକ ଓ ଚରିତ୍ର ଅଭିନେତା ଭଳି ବିଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ। ଦିଲ୍ଲୀ ନ୍ୟାସନାଲ ସ୍କୁଲ୍‌ ଅଫ୍‌ ଡ୍ରାମାରୁ ଶିକ୍ଷାଗ୍ରହଣ କରିଥିବା ବିଜୟ ୧୯୭୬ ମସିହାରେ ‘ନାଗଫାଶ’ ଚଳଚ୍ଚିତ୍ରରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ। ‘ଚିଲିକା ତୀରେ’, ‘ଚକା ଚକା ଭଉଁରୀ’, ‘ଲକ୍ଷେ ଶିବ ପୂଜି ପାଇଛି ପୁଅ’, ‘ଛାତିରେ ଲେଖିଛି ତୋରି ନାଁ’, ‘ନାରୀ ନୁହେଁ ତୁ ନାରାୟଣୀ’, ‘ଧର୍ମର ହେବ ଜୟ’, ‘ସିନ୍ଦୂର ନୁହେଁ ଖେଳଘର’, ‘କିଏ ପୋଛିବ ମା’ ଆଖିର ଲୁହ’, ‘ମନ ରହିଗଲା ତୁମରି ଠାରେ’, ‘ପଞ୍ଚୁପାଣ୍ତବ’, ‘ସମୟ ବଡ଼ ବଳବାନ’, ‘ଦଣ୍ଡା ବାଳୁଙ୍ଗା’, ‘କୃଷ୍ଣା କାବେରୀ’, ‘ବୋଉ’, ‘ସନ୍ତାନ’ ଭଳି ଫିଲ୍ମରେ ତାଙ୍କର ବଳିଷ୍ଠ ଅଭିନୟ ଦର୍ଶକଙ୍କ ହୃଦୟ ଜିଣିଥିଲା। ଉତ୍କୃଷ୍ଠ ଅଭିନୟ ଲାଗି ସେ ଏକାଧିକ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଜିତିଥିବା ବେଳେ ଜୀବନବ୍ୟାପୀ ସାଧନା ପାଇଁ ଓଡ଼ିଆ ଚଳଚ୍ଚିତ୍ରର ସର୍ବୋଚ୍ଚ ସମ୍ମାନ ‘ଜୟଦେବ ପୁରସ୍କାର’ ପାଇଥିଲେ। ପ୍ରତି ଓଡ଼ିଆଙ୍କ ଘରେ ଘରେ ପରିଚିତ ଥିବା ଏହି ବରିଷ୍ଠ ଅଭିନେତା ଏକାଧାରାରେ ଜଣେ ଅଭିନେତା, ନିର୍ଦ୍ଦେଶକ ଓ ନାଟ୍ୟକାର ଥିଲେ। କ୍ୟାରିୟର ଆରମ୍ଭରୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ। ଚଳଚ୍ଚିତ୍ରରେ ଅଭିନୟ ସହ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ନାଟକ ବିଭାଗର ଅଧ୍ୟାପକ ଓ ଅଧ୍ୟକ୍ଷଭାବେ ମଧ୍ୟ ସେ କାର୍ଯ୍ୟ କରିଥିଲେ। ଅଭିନେତ୍ରୀ ତନ୍ଦ୍ରା ରାୟଙ୍କୁ ବିବାହ କରିଥିବା ବିଜୟଙ୍କର ଗୋଟିଏ ଝିଅ ଥିବାବେଳେ ଗତ କିଛିବର୍ଷ ହେବ ହାଇଦ୍ରାବାଦରେ ସେ ନିଜ ଝିଅ ସହ ରହୁଥିଲେ। ତାଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ସହ ରାଜନୈତିକ ଜଗତର ପ୍ରମୁଖ ବ୍ୟକ୍ତିବିଶେଷ ଏବଂ ମନ୍ତ୍ରୀନେତାମାନେ ଶୋକବ୍ୟକ୍ତ କରିଛନ୍ତି। ମଙ୍ଗଳବାର ରାଷ୍ଟ୍ରୀୟ ସମ୍ମାନ ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri