Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଲେ ପୁଣି ଜଣେ କ୍ରିକେଟର୍‌

ସେଣ୍ଟଲୁସିଆ,୧୯।୭: ଇଂଲଣ୍ଡର ବେନ୍‌ ଷ୍ଟୋକ୍ସଙ୍କ ପରେ ୱେଷ୍ଟଇଣ୍ଡିଜ୍‌ର ଶ୍ରେଷ୍ଠ କ୍ରିକେଟର ଲେଣ୍ଡଲ ସିମନ୍ସ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି।  ଦିନିକିଆ ଏବଂ ଟି-୨୦ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରିଥିବା ସିମନ୍ସଙ୍କ କ୍ୟାରିୟର ଭଲ ଥିଲା। ଦିନିକିଆ କ୍ରିକେଟରେ ସିମନ୍ସ ୨ ଶତକ ଏବଂ ୧୬ ଅର୍ଦ୍ଧଶତକ ହାସଲ କରିଛନ୍ତ। ସେ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚରେ ମଧ୍ୟ ଭଲ ପ୍ରଦର୍ଶନ କରିଛନ୍ତି।
୨୦୦୬ ମସିହାରେ ପାକିସ୍ତାନ ବିପକ୍ଷରେ ୱେଷ୍ଟଇଣ୍ଡିଜ ପାଇଁ ସିମନ୍ସ ଦିନିକିଆ ଡେବ୍ୟୁ କରିଥିଲେ। ସେ ୨୦୦୭ରେ ଟି -୨୦ରେ ଡେବ୍ୟୁ ମ୍ୟାଚ ଖେଳିଥିଲେ। ୬୮ଟି ଦିନିକିଆରେ ସିମନ୍ସ ୧୯୫୮ ରନ ସ୍କୋର କରିଛନ୍ତି। ଏହି ସମୟ ମଧ୍ୟରେ ସେ ୨ ଶତକ ଏବଂ ୧୬ ଅର୍ଦ୍ଧଶତକ ହାସଲ କରିଥିଲେ। ୬୮ଟି ଅନ୍ତର୍ଜାତୀୟ ଟି-୨୦ ମ୍ୟାଚରେ ସିମନ୍ସ ୧୫୨୭ ରନ କରିଛନ୍ତି। ସେ ୮ଟି ଟେଷ୍ଟ ମ୍ୟାଚ ମଧ୍ୟ ଖେଳିଛନ୍ତି।
ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟ ସିମନ୍ସ ମଧ୍ୟ ଖେଳିଛନ୍ତି। ସେ ଏହି ଲିଗରେ ୨୯ଟି ମ୍ୟାଚ ଖେଳି୧୦୭୯ ରନ ସଂଗ୍ରହ କରିଛନ୍ତି। ସିମନ୍ସ ଆଇପିଏଲରେ ଗୋଟିଏ ଶତକ ଏବଂ ୧୧ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କର ଶ୍ରେଷ୍ଠ ସ୍କୋର ୧୦୦ ରନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri