ସାମୂହିକ ଛୁଟିରେ ପ୍ରାଣୀଚିକିତ୍ସକ

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ପ୍ରାଣୀଚିକିତ୍ସକଙ୍କ ପ୍ରତି ସରକାର ଅଣଦେଖା ମନୋଭାବ କରୁଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବରଗଡ଼ ଜିଲାର ପ୍ରାଣୀଚିକିତ୍ସକମାନେ ସାମୂହିକ ଛୁଟି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତ ମାସ ୧୮ରୁ ଏହି ଆନ୍ଦୋଳନ ଆରମ୍ଭ ହୋଇଛି। ଆନ୍ଦୋଳନକୁ ୧୯ଦିନ ବିତି ଯାଇଛି। ଏହାସତ୍ତ୍ବେ ସରକାର ପ୍ରାଣୀ ଚିକିତ୍ସକଙ୍କ ଦାବି ସମୂହ ଉପରେ କିଛି ପଦକ୍ଷେପ ନେଉ ନ ଥିବା ଯୋଗୁ ଆନ୍ଦୋଳନ ତେଜି ଉଠିଛି।

ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ ଯୋଗୁ ପ୍ରାଣୀ ସମ୍ପଦ ଚିକିତ୍ସାରେ ବାଧା ଉପୁଜିଛି। ଜିଲାର ୧୯ ପ୍ରାଣୀ ଚିକିତ୍ସାଳୟରେ ଚିକିତ୍ସା ଠପ୍‌ ପଡ଼ି ଯାଇଛି। ପ୍ରାଣୀଧନ ନିରୀକ୍ଷକ ଏବଂ ପିଅନଙ୍କ ହାତରେ ସେହି ଚିକିତ୍ସା ବ୍ୟବସ୍ଥାକୁ ଠେଲି ଦିଆଯାଇଛି। କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟରତ ପ୍ରାଣୀ ଚିକିତ୍ସକଙ୍କ ସହିତ ସମାନ ପଦୋନ୍ନତି ସୁବିଧା, କେନ୍ଦ୍ର ହାରରେ ଏନ.ପି.ଏ ପ୍ରଦାନ, ରାଜ୍ୟରେ ପ୍ରାଣୀ ଗଣନା ଓ ଜନସାଧାରଣଙ୍କ ଆବଶ୍ୟକତା ଆଧାରରେ ଡାକ୍ତର ପଦବୀ ସୃଷ୍ଟି, ଡାକ୍ତର ନିଯୁକ୍ତି, କ୍ୟାଡ଼ର ପୁନର୍ଗଠନ ନେଇ ପ୍ରାଣୀ ଚିକିତ୍ସକମାନେ ଦୀର୍ଘ ଦିନରୁ ଦାବି କରି ଆସୁଛନ୍ତି। ମାତ୍ର ସରକାର ଏହାକୁ କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri