୧୮ରୁ ସମୂହ ଛୁଟିରେ ଯିବେ ପ୍ରାଣୀ ଚିକିତ୍ସକ

ଛତ୍ରପୁର,୧୫ା୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ସମସ୍ତ ପ୍ରାଣୀ ଚିକିତ୍ସକ ଏକକାଳୀନ ଆସନ୍ତା ୧୮ ତାରିଖରୁ ସମୂହ ଛୁଟିରେ ଯିବେ ବୋଲି ଜିଲା ସଂଘ ପକ୍ଷରୁ କୁହାଯାଇଛି। ପ୍ରାଣୀ ଚିକିତ୍ସା ସେବା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତରଣର ଆବଶ୍ୟକତା ସମ୍ପର୍କରେ ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା ସଂଘ ତରଫରୁ ବାରମ୍ବାର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ହେଲେ ଏଥିପ୍ରତି କୌଣସି ପଦକ୍ଷେପ ନ ନେବା ପରିତାପର ବିଷୟ ବୋଲି ସଂଘ ପକ୍ଷରୁ ଅଭିଯୋଗ ହୋଇଛି।

ଗଞ୍ଜାମ ଜିଲା ପ୍ରାଣୀ ଚିକିତ୍ସା ସେବା ସଂଘ ଦ୍ୱାରା ପ୍ରଦତ୍ତ ତଥ୍ୟ ଅନୁଯାୟୀ, ଗତ ୫ ଦଶନ୍ଧି ମଧ୍ୟରେ ରାଜ୍ୟରେ ପ୍ରାଣୀ ପାଳନର ପରିଭାଷା ବଦଳିଛି। ଏବେ ପ୍ରାଣୀ ପାଳକମାନେ ନିଶୁଳ୍କ ଚିକିତ୍ସା ସେବା, ୨୪ ଘଣ୍ଟିଆ ବିଶେଷଜ୍ଞ ସେବା, ରେଫରାଲ ସୁବିଧା ସେବା, ଦ୍ବାରଦେଶରେ ଚିକିତ୍ସା ଆଦି ଦାବି କରୁଥିବା ବେଳେ ବିଭାଗରେ ଏପରି ବ୍ୟବସ୍ଥା ନ ଥିବା ଦୁର୍ଭାଗ୍ୟଜନକ। ପ୍ରାଣୀ ଚିକିତ୍ସକମାନେ ବିନା ଦୋଷରେ ପ୍ରାଣୀପାଳକଙ୍କ ଆକ୍ରୋଶର ଶିକାର ହେଉଛନ୍ତି।

ଅନ୍ୟପକ୍ଷରେ ପ୍ରାଣୀ ଚିକିତ୍ସକଙ୍କୁ ଦୀର୍ଘ ୨୨-୨୩ ବର୍ଷ ଗୋଟିଏ ଦରମା ହାରରେ କାର୍ଯ୍ୟ କରିବାକୁ ପଡୁଛି । ପ୍ରାୟ ୪୦% ଅଧସ୍ତନ କର୍ମଚାରୀ ପଦବୀ ମଧ୍ୟ ଖାଲି ପଡିଛି, ଯାହାକି ପ୍ରାଣୀ ଚିକିତ୍ସକମାନଙ୍କୁ ଅଧିକ ଚାପଗ୍ରସ୍ତ କରିଛି। ସେହିପରି କାର୍ଯ୍ୟ ସମୟ ପରେ ଓ ଛୁଟି ଦିନରେ ମଧ୍ୟ ସରକାରୀ କାମ ପାଇଁ ବାଧ୍ୟ କରାଯିବା, କାର୍ଯ୍ୟ ସମୟ ପରେ ପ୍ରାଇଭେଟ ପ୍ରାକ୍ଟିସ କରୁଥିବା ପ୍ରାଣୀ ଚିକିତ୍ସକମାନଙ୍କୁ ବିଭିନ୍ନ ପ୍ରକାରେ ହଇରାଣ ହରକତ କରାଯିବା ଯୋଗୁ ସେମାନେ ମାନସିକ ଦୁଶ୍ଚିନ୍ତାରେ ରହୁଛନ୍ତି ବୋଲି ସଂଘ ତରଫରୁ କୁହାଯାଇଛି।

ସେଥିପାଇଁ ପ୍ରାଣୀ ପାଳନ ବିଭାଗର ସମ୍ପୂର୍ଣ୍ଣ ରୂପାନ୍ତରଣ ସହିତ ଆବଶ୍ୟକ କ୍ୟାଡ଼ର ପୁନର୍ଗଠନ ପାଇଁ ସଂଘ ଦାବି କରିଛି । ଏଥିସହ କେନ୍ଦ୍ରୀୟ ହାରରେ ଡିଏସିପି ଏବଂ ଏନ୍‌ପିଏ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ମଧ୍ୟ ସଂଘ ଦାବି କରିଛି। ଏସବୁ ଦାବି ସହ ଅନ୍ୟାନ୍ୟ ଦାବି ସମ୍ପର୍କରେ କୃଷି, ମତ୍ସ୍ୟ ଓ ପ୍ରାଣିସମ୍ପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ବିଭାଗୀୟ ପ୍ରମୁଖ ଶାସନ ସଚିବ ସୁରେଶ କୁମାରଙ୍କୁ ବହୁବାର ସଂଘ ସହିତ ଆଲୋଚନା କରି ସମସ୍ୟା ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଟାଳଟୁଳ ନୀତି ଅବଲମ୍ବନ କରାଯାଉଛି। ଆସନ୍ତା ୧୭ ତାରିଖ ମଧ୍ୟରେ ଯଦି ସରକାର କୌଣସି ପଦକ୍ଷେପ ନ ନିଅନ୍ତି ଗଞ୍ଜାମ ଜିଲାର ସମସ୍ତ ପ୍ରାଣୀ ଚିକିତ୍ସକ ଏକକାଳୀନ ୧୮ ତାରିଖରୁ ସମୂହ ଛୁଟିରେ ଯିବେ ବୋଲି ଜିଲା ସଂଘର ପ୍ରତିନିଧିମାନେ ଜଣାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri