୧୮ରୁ ସମୂହ ଛୁଟିରେ ଯିବେ ପ୍ରାଣୀ ଚିକିତ୍ସକ

ଛତ୍ରପୁର,୧୫ା୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ସମସ୍ତ ପ୍ରାଣୀ ଚିକିତ୍ସକ ଏକକାଳୀନ ଆସନ୍ତା ୧୮ ତାରିଖରୁ ସମୂହ ଛୁଟିରେ ଯିବେ ବୋଲି ଜିଲା ସଂଘ ପକ୍ଷରୁ କୁହାଯାଇଛି। ପ୍ରାଣୀ ଚିକିତ୍ସା ସେବା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତରଣର ଆବଶ୍ୟକତା ସମ୍ପର୍କରେ ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା ସଂଘ ତରଫରୁ ବାରମ୍ବାର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ହେଲେ ଏଥିପ୍ରତି କୌଣସି ପଦକ୍ଷେପ ନ ନେବା ପରିତାପର ବିଷୟ ବୋଲି ସଂଘ ପକ୍ଷରୁ ଅଭିଯୋଗ ହୋଇଛି।

ଗଞ୍ଜାମ ଜିଲା ପ୍ରାଣୀ ଚିକିତ୍ସା ସେବା ସଂଘ ଦ୍ୱାରା ପ୍ରଦତ୍ତ ତଥ୍ୟ ଅନୁଯାୟୀ, ଗତ ୫ ଦଶନ୍ଧି ମଧ୍ୟରେ ରାଜ୍ୟରେ ପ୍ରାଣୀ ପାଳନର ପରିଭାଷା ବଦଳିଛି। ଏବେ ପ୍ରାଣୀ ପାଳକମାନେ ନିଶୁଳ୍କ ଚିକିତ୍ସା ସେବା, ୨୪ ଘଣ୍ଟିଆ ବିଶେଷଜ୍ଞ ସେବା, ରେଫରାଲ ସୁବିଧା ସେବା, ଦ୍ବାରଦେଶରେ ଚିକିତ୍ସା ଆଦି ଦାବି କରୁଥିବା ବେଳେ ବିଭାଗରେ ଏପରି ବ୍ୟବସ୍ଥା ନ ଥିବା ଦୁର୍ଭାଗ୍ୟଜନକ। ପ୍ରାଣୀ ଚିକିତ୍ସକମାନେ ବିନା ଦୋଷରେ ପ୍ରାଣୀପାଳକଙ୍କ ଆକ୍ରୋଶର ଶିକାର ହେଉଛନ୍ତି।

ଅନ୍ୟପକ୍ଷରେ ପ୍ରାଣୀ ଚିକିତ୍ସକଙ୍କୁ ଦୀର୍ଘ ୨୨-୨୩ ବର୍ଷ ଗୋଟିଏ ଦରମା ହାରରେ କାର୍ଯ୍ୟ କରିବାକୁ ପଡୁଛି । ପ୍ରାୟ ୪୦% ଅଧସ୍ତନ କର୍ମଚାରୀ ପଦବୀ ମଧ୍ୟ ଖାଲି ପଡିଛି, ଯାହାକି ପ୍ରାଣୀ ଚିକିତ୍ସକମାନଙ୍କୁ ଅଧିକ ଚାପଗ୍ରସ୍ତ କରିଛି। ସେହିପରି କାର୍ଯ୍ୟ ସମୟ ପରେ ଓ ଛୁଟି ଦିନରେ ମଧ୍ୟ ସରକାରୀ କାମ ପାଇଁ ବାଧ୍ୟ କରାଯିବା, କାର୍ଯ୍ୟ ସମୟ ପରେ ପ୍ରାଇଭେଟ ପ୍ରାକ୍ଟିସ କରୁଥିବା ପ୍ରାଣୀ ଚିକିତ୍ସକମାନଙ୍କୁ ବିଭିନ୍ନ ପ୍ରକାରେ ହଇରାଣ ହରକତ କରାଯିବା ଯୋଗୁ ସେମାନେ ମାନସିକ ଦୁଶ୍ଚିନ୍ତାରେ ରହୁଛନ୍ତି ବୋଲି ସଂଘ ତରଫରୁ କୁହାଯାଇଛି।

ସେଥିପାଇଁ ପ୍ରାଣୀ ପାଳନ ବିଭାଗର ସମ୍ପୂର୍ଣ୍ଣ ରୂପାନ୍ତରଣ ସହିତ ଆବଶ୍ୟକ କ୍ୟାଡ଼ର ପୁନର୍ଗଠନ ପାଇଁ ସଂଘ ଦାବି କରିଛି । ଏଥିସହ କେନ୍ଦ୍ରୀୟ ହାରରେ ଡିଏସିପି ଏବଂ ଏନ୍‌ପିଏ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ମଧ୍ୟ ସଂଘ ଦାବି କରିଛି। ଏସବୁ ଦାବି ସହ ଅନ୍ୟାନ୍ୟ ଦାବି ସମ୍ପର୍କରେ କୃଷି, ମତ୍ସ୍ୟ ଓ ପ୍ରାଣିସମ୍ପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ବିଭାଗୀୟ ପ୍ରମୁଖ ଶାସନ ସଚିବ ସୁରେଶ କୁମାରଙ୍କୁ ବହୁବାର ସଂଘ ସହିତ ଆଲୋଚନା କରି ସମସ୍ୟା ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଟାଳଟୁଳ ନୀତି ଅବଲମ୍ବନ କରାଯାଉଛି। ଆସନ୍ତା ୧୭ ତାରିଖ ମଧ୍ୟରେ ଯଦି ସରକାର କୌଣସି ପଦକ୍ଷେପ ନ ନିଅନ୍ତି ଗଞ୍ଜାମ ଜିଲାର ସମସ୍ତ ପ୍ରାଣୀ ଚିକିତ୍ସକ ଏକକାଳୀନ ୧୮ ତାରିଖରୁ ସମୂହ ଛୁଟିରେ ଯିବେ ବୋଲି ଜିଲା ସଂଘର ପ୍ରତିନିଧିମାନେ ଜଣାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri