‘ପ୍ରାଣୀ ଚିକିତ୍ସାଳୟ ଭିତ୍ତିଭୂମି ସୁଦୃଢ଼ କରାଯିବ’

ଭୁବନେଶ୍ୱର,୨୯।୬(ବ୍ୟୁରୋ): ପ୍ରାଣୀ ସମ୍ପଦକୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ପଶୁପାଳନ ଚାଷୀଙ୍କୁ ଅତିରିକ୍ତ ରୋଜଗାର ଯୋଗାଇବା ସହ ଗ୍ରାମ୍ୟ ଅର୍ଥନୀତିର ବିକାଶ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଗୋପାଳନ ଓ କୁକୁଡ଼ା ପାଳନ ଦିଗରେ ଓଡ଼ିଶା ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି। ଖୁବ୍‌ଶୀଘ୍ର ଅଣ୍ଡା ଓ କୁକୁଡ଼ା ମାଂସ ଉତ୍ପାଦନରେ ମଧ୍ୟ ଓଡ଼ିଶା ସ୍ବାବଲମ୍ବୀ ହେବ। ଏଥିସହ ଆଗାମୀ ଦୁଇବର୍ଷ ମଧ୍ୟରେ ପ୍ରାଣୀ ଚିକିତ୍ସାଳୟ ଓ ଡିସ୍‌ପେନ୍‌ସାରିଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ କରାଯିବ ବୋଲି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ମଙ୍ଗଳବାର କୃଷି ଭବନରେ ଆୟୋଜିତ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଅଧିକାରୀ ଓ ପ୍ରାଣୀ ଚିକିତ୍ସକଙ୍କ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି।
ମନ୍ତ୍ରୀ ସ୍ବାଇଁ କହିଛନ୍ତି, କିଛି ବର୍ଷ ପୂର୍ବେ ରାଜ୍ୟରେ ଅଣ୍ଡା ଓ ମାଂସ ଉତ୍ପାଦନ ଏବଂ କ୍ଷୀରର ଚାହିଦା ଓ ଘରୋଇ ଉତ୍ପାଦନ ମଧ୍ୟରେ ବୃହତ ବ୍ୟବଧାନ ଥିଲା। ତେବେ ରାଜ୍ୟ ସରକାରଙ୍କ ପ୍ରାଣୀସମ୍ପଦ ବିକାଶ ନୀତିର ସଫଳ ରୂପାୟନ ଦ୍ୱାରା ଏହି ଉତ୍ପାଦନ ଯଥେଷ୍ଟ ବୃଦ୍ଧି ପାଇଛି। ଏଥିସହିତ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଆୟରେ ବୃଦ୍ଧି ଘଟିଛି। ସେହିପରି ରାଜ୍ୟରେ ମୁଣ୍ଡପିଛା ଦୁଗ୍ଧ ଉପଲବ୍ଧତା ୨୦୧୩-୧୪ ମସିହାରୁ ୧୧୭ ଗ୍ରାମରୁ ୧୪୪ ଗ୍ରାମକୁ ବୃଦ୍ଧି ପାଇଛି। ଅଣ୍ଡା ଉତ୍ପାଦନ ବୃଦ୍ଧି ନିମନ୍ତେ ବାରିଅଗଣା କୁକୁଡ଼ା ପାଳନକୁ ସରକାର ଗୁରୁତ୍ୱ ଦେଉଛନ୍ତି। ୨୦୨୧-୨୨ ବର୍ଷରେ ବାରିଅଗଣାରେ କୁକୁଡ଼ା ପାଳନ ନିମନ୍ତେ ୨୩ ହଜାର ପରିବାର ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବାବେଳେ ୨୦୨୨-୨୩ ବର୍ଷରେ ଏହି ଲକ୍ଷ୍ୟକୁ ୫୦ ହଜାର ପରିବାରକୁ ବୃଦ୍ଧି କରାଯାଇଛି। ପ୍ରାଣୀସମ୍ପଦ ବିକାଶ ଦିଗରେ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଯୋଜନାର କ୍ଷେତ୍ରସ୍ତରରେ ନିୟମିତ ତଦାରଖ ଓ ସମୀକ୍ଷା ଉପରେ ମନ୍ତ୍ରୀ ସ୍ବାଇଁ ଗୁରୁତ୍ୱାରୋପ କରିବା ସହ ଅଧିକାରୀମାନଙ୍କୁ ନିୟମିତ କ୍ଷେତ୍ର ପରିଦର୍ଶନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାଣୀ ଚିକିତ୍ସାଳୟଗୁଡ଼ିକରେ ସମସ୍ତ ପ୍ରକାର ମୌଳିକ ସୁବିଧା ଯୋଗାଇଦେବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଆର୍‌. ରଘୁପ୍ରସାଦ ବିଭିନ୍ନ ଯୋଜନାର ସମୀକ୍ଷା କରିବା ଅବସରରେ କହିଲେ, ଆଗାମୀ ଦୁଇବର୍ଷ ମଧ୍ୟରେ ପ୍ରାଣୀ ଚିକିତ୍ସାଳୟ ଓ ଡିସ୍‌ପେନ୍‌ସାରିଗୁଡ଼ିକର ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ସହିତ ପରୀକ୍ଷା ନିମନ୍ତେ ଏକ୍ସରେ, ଅଲଟ୍ରାସାଉଣ୍ଡ ଆଦି ଆଧୁନିକ ମେଶିନ୍‌ ଯୋଗାଇ ଦିଆଯିବ। ବୈଠକରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଏବଂ ଅଗ୍ରଗତି ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ବୈଠକରେ ସମସ୍ତ ଜିଲାର ସିଡିଭିଓଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri