ଶିବ ଧ୍ୱନିରେ ପ୍ରକମ୍ପିତ ହେଲା ଶୈବପୀଠ, ଭାବ ଓ ଭକ୍ତିମୟ ପରିବେଶରେ ଜାଗର ଯାତ୍ରା ଅନୁଷ୍ଠିତ

କୋକସରା,୨୬ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଜି ହେଉଛି ମହା ଶିବରାତ୍ରି, ଦେଶର କୋଣ ଅନୁକୋଣରେ ଥିବା ଶୈବପୀଠରେ ଭାବ ଓ ଭକ୍ତିମୟ ପରିବେଶ ମଧ୍ୟରେ ଶ୍ରଦ୍ଧାଳୁ ମାନେ ଦେବ ଦେବ ମହାଦେବଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଅନୁରୂପ ଭାବେ କୋକସରା ବ୍ଲକର ବିଭିନ୍ନ ଶୈବପୀଠରେ ସକାଳୁ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି।

ବ୍ଲକର ବଡକେନ୍ଦୁଗୁଡା ଝାରବନ୍ଧ ଠାରେ ଥିବା ସର୍ଵ ପୁରାତନ ଶୈବପୀଠ ବାବା ଶ୍ରୀ କାଳେଶ୍ୱର ମନ୍ଦିର, କୋକସରା କାଳେଶ୍ୱର ଶୈବପୀଠ, କୁସୁମଖୁଣ୍ଟି ନିଲକଣ୍ଠେଶ୍ୱର ଶୈବପୀଠ, ଓଲମା ଗ୍ରାମ କାଳେଶ୍ୱର ଶୈବପୀଠ, ଫୁଫଗାଁ ପାହାଡ଼େଶ୍ବର ଶୈବପୀଠ, କୁମୁଡାମୁଣ୍ଡା ଧବଳେଶ୍ବର ଶୈବପୀଠ, ରେଙ୍ଗାଳପାଲି ଶୈବପୀଠ, ମୋଟେର ଶୈବପୀଠ, ଲଡୁଗାଁ ଶୈବପୀଠ, ଶିଉନି ଶୈବପୀଠ, ଡୋକରିଚଞ୍ଚରା ଝାଡେଶ୍ୱର ଶୈବପୀଠ, ଝରିଆଗୁଡା ଶୈବପୀଠ, ମୁନୁଗାପଦର କାଳେଶ୍ୱର ଶୈବପୀଠ, ଡ଼ହଗାଁ ଶୈବପୀଠରେ ଶିବରାତ୍ରି ଓ ଜାଗର ଯାତ୍ରା ମହା ସମାରୋହରେ ପାଳିତ ହୋଇଛି।

ଶିବରାତ୍ରି ଜାଗର ଅବସରରେ ମାନସିକ ଧାରୀ ପୁରୁଷ, ମହିଳା ଶ୍ରଦ୍ଧାଳୁ ମାନେ ସନ୍ଧ୍ୟାରେ ଜାଗର ଦୀପ ଜାଳି ମନ୍ଦିର ବେଢ଼ାରେ ଉପବାସ ରଖି ମହାଦୀପ ମନ୍ଦିରକୁ ଉଠିବା ପରେ ଉପବାସ ଭାଙ୍ଗି ପ୍ରସାଦ ସେବନ କରିଥିଲେ। ଅନେକ ଶୈବପୀଠରେ ଅଷ୍ଟ ପ୍ରହର ନାମଯଜ୍ଞ ସମେତ ରାତିରେ ଶ୍ରଦ୍ଧାଳୁଙ୍କ ମନୋରଞ୍ଜନ ପାଇଁ ରାତିରେ ଭଜନ ସନ୍ଧ୍ୟା, ନାଟକ ଆଦି କାର୍ଯ୍ୟକ୍ରମ ମନ୍ଦିର କମିଟି ପକ୍ଷରୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ମଙ୍ଗଳବାର ଅଞ୍ଚଳର ଶତାଧିକ ସଚେତନ ନାଗରିକ କମ୍ପାନୀ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

ବିଜିଲି ବଗର୍ତ୍ତିଙ୍କ ଘରକୁ ନାହିଁ ବିଜୁଳି, ବରଗଡ଼ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ପୂର୍ବତନ ବିଧାୟକ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜମୁର୍ଡା ଟାଙ୍ଗରପଡା ନିବାସୀ ବିଜିଲି ବଗର୍ତ୍ତିଙ୍କ ଘରକୁ ବିଦ୍ୟୁତ୍ ସଂଯୋଗ ନାହିଁ। ଘର ମଧ୍ୟ ବିପଦ ଶଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri