Categories: ଜାତୀୟ

ନୌସେନା ମୁଖ୍ୟ ହେବେ ଆର ହରିକୁମାର

ନୂଆଦିଲ୍ଲୀ,୧୦।୧୧: ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡ ମୁଖ୍ୟ ଭାଇସ ଆଡମିରାଲ ଆର ହରିକୁମାରଙ୍କୁ ଦେଶର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି । ନଭେମ୍ବର ୩୦ରେ ବର୍ତ୍ତମାନ ନୌସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଆଡମିରାଲ କରମବୀର ସିଂହଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ। ଏ ନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ବର୍ତ୍ତମାନ ଆର ହରି କୁମାର ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡରେ ଫ୍ଲାଗ ଅଫିସର କମାଣ୍ଡିଂ ଇନ ଚିଫ ଭାବେ କାର୍ଯ୍ୟ କରୁଛନ୍ତି । ନୌସେନାର କାର୍ଯ୍ୟନିର୍ବାହୀ ବ୍ରାଞ୍ଚରେ ହରି କୁମାର ୧୯୮୩ ମସିହା ଜାନୁଆରୀ ୧ରେ ନିଯୁକ୍ତ ପାଇଥିଲେ। ୩୦ ତାରିଖରୁ ସେ ନୌସେନା ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିବେ।

Share