Posted inଜାତୀୟ

ବିରୋଧୀ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ୍‌ ଆଲ୍‌ଭା

ନୂଆଦିଲ୍ଲୀ,୧୭।୭: ଅଗଷ୍ଟ ୬ରେ ହେବାକୁ ଥିବା ଦେଶର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବିପକ୍ଷ ଦଳ ପକ୍ଷରୁ ରବିବାର ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ଉପରାଷ୍ଟ୍ରପତି ଭାବେ ପ୍ରାର୍ଥୀ କରାଯାଇଛି। ଏନେଇ ଏନ୍‌ସିପି ନେତା ଶରଦ ପାଓ୍ବାର ଏକ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି। ମାର୍ଗାରେଟ୍‌ ପୂର୍ବରୁ ବିଭିନ୍ନ ରାଜ୍ୟର ରାଜ୍ୟପାଳ ଭାବେ କାର୍ଯ୍ୟ ତୁଲାଇ ସାରିଛନ୍ତି। ଶନିବାର ଏନ୍‌ଡିଏ ପକ୍ଷରୁ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକରଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କରାଯାଇଛି।
ଏହାପୂର୍ବରୁ ଦିଲ୍ଲୀରେ ଶରଦ ପାୱାରଙ୍କ ବାସଭବନରେ ବିରୋଧୀ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ, ସିପିଆଇ (ଏମ) ନେତା ସୀତାରାମ ୟେଚୁରୀ, ଶିବସେନା ନେତା ସଞ୍ଜୟ ରାଉତ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ବର୍ତ୍ତମାନର ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ରେ ଶେଷ ହେବ। ନୂଆ ଉପରାଷ୍ଟ୍ରପତି ୧୧ ତାରିଖରେ ଶପଥ ନେବେ। ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଉପରାଷ୍ଟ୍ରପତି ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ହେଉଛି ଜୁଲାଇ ୧୯। ଏହାର ଦିନକ ପରେ ଅର୍ଥାତ୍‌ ୨୦ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୨୨ ତାରିଖ ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ଦିନ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri