୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ୟକ୍ତିଗତ ସଚିବ ଚନ୍ଦ୍ରଶେଖର ଏସ୍‌. ସୋମବାର ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି।
ଚନ୍ଦ୍ରଶେଖରଙ୍କ ପତ୍ର ଅନୁଯାୟୀ, ଆସନ୍ତା ଶୁକ୍ରବାର ପୂର୍ବାହ୍ନ ୮ଟା ୫୦ ମିନିଟ୍‌ରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉପରାଷ୍ଟ୍ରପତି ପହଞ୍ଚିବେ। ସେଠାରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବ। ଏହାପରେ ୯ଟା ୩୫ ମିନିଟ୍‌ରେ ପରାକ୍ରମ ଦିବସରେ କଟକସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ତଥା ସଂଗ୍ରହାଳୟ ପରିଦର୍ଶନ କରିବେ। ସେଠାରୁ ଲୋକଭବନକୁ ଫେରିବେ ଏବଂ ଅପରାହ୍ନ ୩.୧୫ ମିନିଟ୍‌ରେ କୋଲ୍‌କାତାସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦର ଅଭିମୁଖେ ଗସ୍ତ କରିବେ। ଉପରାଷ୍ଟ୍ରପତିଙ୍କ ଏହି ଗସ୍ତକାଳରେ ତାଙ୍କ ସୁରକ୍ଷା ବ୍ୟବସ୍ଥା ଯେପରି ଶୃଙ୍ଖଳିତ ରହିବ ସେଥିପ୍ରତି ଦୃଷ୍ଟିଦେବାକୁ ପତ୍ରରେ ଦର୍ଶାଯାଇଛି।
ଏହି ପରିପ୍ରେକ୍ଷୀରେ ଉପରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁରୂପେ ପରିଚାଳନା କରିବା ପାଇଁ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ
ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ, ଖଣି ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ସମେତ ଅନ୍ୟ ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ପଦାଧିକାରୀ ଯୋଗଦେଇଥିଲେ। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri