Posted inଜାତୀୟ

ନାମାଙ୍କନ ଭରିଲେ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍‌

ନୂଆଦିଲ୍ଲୀ,୨୦ା୮: ବୁଧବାର ନାମାଙ୍କନ ଭରିଛନ୍ତି ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍‌। ଦଳୀୟ ନେତାଙ୍କ ଉପସ୍ଥିତିରେ ରାଧାକ୍ରିଷ୍ଣନ୍‌ ଆଜି ନାମାଙ୍କନ ଭରିଛନ୍ତି।

କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଏବଂ ଭାଜପା ସଭାପତି ଜେପି ନଡ୍ଡା ଏବଂ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ମହାରାଷ୍ଟ୍ର ରାଜ୍ୟପାଳ ରାଧାକ୍ରିଷ୍ଣନଙ୍କ ସହିତ ରିଟର୍ଣ୍ଣିଂ ଅଫିସରଙ୍କ ସମ୍ମୁଖରେ ତାଙ୍କର ନାମାଙ୍କନ ଦାଖଲ କରିଥିଲେ।

ସୂତ୍ର ଅନୁସାରେ ନାମାଙ୍କନ ପ୍ରକ୍ରିୟାର ଏକ ଅଂଶ ଭାବରେ ଚାରି ସେଟ୍‌ କାଗଜପତ୍ର ଦାଖଲ କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ସେଟ୍‌ ଡକ୍ୟୁମେଣ୍ଟରେ ମୁଖ୍ୟ ପ୍ରସ୍ତାବକ ଥିଲେ।

ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ସଂସଦ ପରିସରରେ ପ୍ରଣାମ ସ୍ଥଳ ପରିଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ପ୍ରଥମେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ପ୍ରଣାମ କରିଥିଲେ।

ନିର୍ବାଚନ ସେପ୍ଟେମ୍ବର ୯ରେ ଅନୁଷ୍ଠିତ ହେବ, ଯେଉଁଠାରେ ସିପି ରାଧାକ୍ରିଷ୍ଣନ୍‌ ବିରୋଧୀ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବିପକ୍ଷରେ ମୁକାବିଲା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri