Posted inଜାତୀୟ

ଭାଜପା,ତୃଣମୂଳ କଂଗ୍ରେସ ଏମ୍‌ପିଙ୍କୁ ଫୋନ କରିବି ନାହିଁ: ମାର୍ଗାରେଟ ଆଲ୍‌ଭା

ନୂଆଦିଲ୍ଲୀ,୨୬।୭: ଅଗଷ୍ଟ ୬ରେ ହେବାକୁ ଥିବା ଦେଶର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ପ୍ରାର୍ଥୀ ମାର୍ଗେଟ ଆଲ୍‌ଭା ଭାଜପା, ବିଜେଡି ଏବଂ ତୃଣମୂଳ କଂଗ୍ରେସ ଏମ୍‌ପିଙ୍କୁ ଫୋନ କରିବେ ନାହିଁ ବୋଲି କହିଛନ୍ତି।
ସେ କହିଛନ୍ତି,ଭାଜପାର କିଛି ବନ୍ଧୁଙ୍କ ସହ କଥା ହେବା ପରେ ତାଙ୍କ ମୋବାଇଲ ଫୋନରୁ ହଠାତ୍‌ କଲ ଯାଉ ନାହିଁ କିମ୍ବା ଆସୁ ନାହିଁ। ଏଥିପାଇଁ ସେ ବିଏସ୍‌ଏନ୍‌ଏଲ୍‌ ଏବଂ ଏମ୍‌ଟିଏନଏଲ୍‌କୁ ଦାୟୀ କରିଛନ୍ତି। ମୋ ଫୋନ୍‌ ପୁଣି ସ୍ବାଭାବିକ ହେଲେ ମୁଁ ଭାରତୀୟ ଜନତା ପାର୍ଟି, ତୃଣମୂଳ କଂଗ୍ରେସ ଏବଂ ବିଜୁ ଜନତା ଦଳର କୌଣସି ଏମ୍‌ପିଙ୍କୁ ଫୋନ କରିବି ନାହିଁ ବୋଲି ପ୍ରତିଶ୍ରୁତି ଦେଉଛି।
ଏମ୍‌ଟିଏନଏଲ୍‌ ପକ୍ଷରୁ ଆଲ୍‌ଭାଙ୍କ କଓ୍ବୋଇସିକୁ ସ୍ଥଗିତ ରଖାଯାଇଛି। ୨୪ ଘଣ୍ଟା ଭିତରେ ସିମ କାର୍ଡ ବ୍ଲକ ହୋଇଯିବ ବୋଲି ମଧ୍ୟ କୁହାଯାଇଛି। ଏନେଇ ଆଲ୍‌ଭା କଓ୍ବୋଇସି ଆବଶ୍ୟକ କି ବୋଲି ଏମ୍‌ଟିଏନଏଲ୍‌କୁ ଟୁଇଟର୍‌ରେ ଟ୍ୟାଗ୍‌ କରି ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନର ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ରେ ଶେଷ ହେବ। ନୂଆ ଉପରାଷ୍ଟ୍ରପତି ୧୧ ତାରିଖରେ ଶପଥ ନେବେ। ମାର୍ଗେଟ ଆଲ୍‌ଭାଙ୍କ ବିପକ୍ଷରେ ଏନ୍‌ଡିଏ ପକ୍ଷରୁ ଜଗଦୀପ ଧନଖର ପ୍ରାର୍ଥୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri