Posted inଜାତୀୟ

ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ: ଉଭୟ ଶାସକ-ବିରୋଧୀ ମଧ୍ୟରେ ତତ୍ପରତା ପ୍ରକାଶ

ନୂଆଦିଲ୍ଲୀ,୮ା୯: ଉପରାଷ୍ଟ୍ରପତି ନିର୍ବାଚନ ମଙ୍ଗଳବାର ହେବାକୁ ଥିବାବେଳେ ଏଥିପାଇଁ ଶାସକ ଓ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଦେଇଛି। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏର ଏମ୍‌ପିମାନେ ଶକ୍ତି ପ୍ରଦର୍ଶନ ପାଇଁ ରବିବାରଠାରୁ ୨ ଦିନିଆ କର୍ମଶାଳାରେ ଏକାଠି ହୋଇଛନ୍ତି। ପାର୍ଲାମେଣ୍ଟ କମ୍ପ୍ଲେକ୍ସର ଜିଏମ୍‌ସି ବାଲଯୋଗୀ ଅଡିଟୋରିୟମ୍‌ରେ ଆୟୋଜିତ କର୍ମଶାଳାରେ ଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଛ ଧାଡ଼ିରେ ବସିଥିବା ଦେଖାଯାଇଛି। ସେହିପରି ବିରୋଧୀ ଏମ୍‌ପିମାନେ ସୋମବାର ଏକାଠି ହୋଇ ମକ୍‌ ପୋଲ୍‌ରେ ଭାଗନେବେ। ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବା ପ୍ରକ୍ରିୟା ସମ୍ପର୍କରେ ସେମାନଙ୍କୁ ଅବଗତ କରାଯିବ। କଂଗ୍ରେସ ଅଧ୍ୟକ୍ଷ ସୋମବାର ସନ୍ଧ୍ୟାରେ ବିରୋଧୀ ଏମ୍‌ପିମାନଙ୍କ ପାଇଁ ଏକ ନୈଶଭୋଜିର ଆୟୋଜନ କରିଥିବା ଇଣ୍ଡିଆ ବ୍ଲକ୍‌ ସୂତ୍ରରୁ କୁହାଯାଇଛି। ସୋମବାର ଅପରାହ୍ନ ୨ଟା ୩୦ ମିନିଟ୍‌ ସମୟରେ ସମ୍ବିଧାନ ସଦନର ସେଣ୍ଟ୍ରାଲ ହଲ୍‌ରେ ମକ୍‌ ପୋଲ୍‌ ଅନୁଷ୍ଠିତ ହେବ। ୯ ତାରିଖରେ ଶାସକ ଏନ୍‌ଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ ଏବଂ ବିରୋଧୀ ଦଳଗୁ୍‌ଡ଼ିକର ମିଳିତ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ସିଧାସଳଖ ଲଢ଼େଇ ହେବାକୁ ଯାଉଛି। ଶାସକ ମେଣ୍ଟ ପ୍ରାର୍ଥୀଙ୍କ ସପକ୍ଷରେ ସଂଖ୍ୟା ରହିଥିବାବେଳେ ଏହାକୁ ଏକ ଆଦର୍ଶଗତ ଲଢ଼େଇ ବୋଲି ବିରୋଧୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Union Budget 2026-27: ପ୍ରଥମଥର ରବିବାର ବଜେଟ ଭାଷଣ, ସୀତାରାମନ୍‌ଙ୍କ ୯ମ ବଜେଟ

ନୂଆଦିଲ୍ଲୀ,୧।୨: ରବିବାର ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହେବ। ଇତିହାସରେ ପ୍ରଥମ ଥର ପାଇଁ, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ରବିବାର ପ୍ରଦାନ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri