Posted inଜାତୀୟ

ଆଜି ଉପରାଷ୍ଟ୍ରପତିଙ୍କ ରାତ୍ରୀ ଭୋଜନ…

ନୂଆଦିଲ୍ଲୀ,୩।୧୦ : ଉପରାଷ୍ଟ୍ରପତି ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ସୋମବାର ଦିଲ୍ଲୀରେ ତାଙ୍କ ସରକାରୀ ବାସଭବନରେ ସଂସଦର ସମସ୍ତ ପ୍ରମୁଖ ଦଳର ନେତାଙ୍କ ପାଇଁ ରାତ୍ରୀ ଭୋଜନର ଆୟୋଜନ କରିଛନ୍ତି। କାର୍ଯ୍ୟଭାର ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ଭୋଜି। କୁହାଯାଉଛି ଏହି ଅବସରରେ ବିରୋଧୀ ଦଳ ଗୃହର ବିଭିନ୍ନ କମିଟିର ପୁନର୍ଗଠନ ପ୍ରସଙ୍ଗ ଉଠାଇ ସେମାନଙ୍କୁ ଅଧ୍ୟକ୍ଷ ପଦ ଦେବା ଦାବି ଉଠାଇ ପାରନ୍ତି। ସରକାର କିଛି ପରିବର୍ତ୍ତନ କରିବାକୁ ଚାହୁଁଥିବାବେଳେ ବିରୋଧୀ ଦଳଙ୍କ ପାଇଁ ଦୀର୍ଘ ଦଶନ୍ଧି ଧରି ରହିଆସିଥିବା ଆନ୍ତରିକତାକୁ ବଜାୟ ରଖିବାକୁ ସେମାନେ ଅନୁରୋଧ କରିବେ ବୋଲି କୁହାଯାଉଛି।

ଉପରାଷ୍ଟ୍ରପତିଙ୍କ ସଚିବାଳୟରେ ଥିବା ସୂତ୍ରରୁ ପ୍ରକାଶ ଯେ ଭୋଜିରେ ଯୋଗଦେବାକୁ ସଂସଦର ସମସ୍ତ ଦଳର ନେତାମାନଙ୍କୁ ନିମନ୍ତ୍ରଣ କରାଯାଇଛି। ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ପଦରୁ ଅବସର ନେବା ପରେ ଧନକର ରାଜ୍ୟସଭା ଅଧ୍ୟକ୍ଷ ପଦ ପାଇଛନ୍ତି।

ଏହି ଭୋଜି ପାଇଁ ରାଜ୍ୟସଭାର ସମସ୍ତ ଦଳର ନେତା, ଗୃହର ନେତା, କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲଦ ଯୋଶୀ ଏବଂ ଗୃହର ସଦସ୍ୟଙ୍କ ବ୍ୟତୀତ କେତେକ ବରିଷ୍ଠ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଆମନ୍ତ୍ରିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri