Posted inଜାତୀୟ

ଆଜି ଉପରାଷ୍ଟ୍ରପତିଙ୍କ ରାତ୍ରୀ ଭୋଜନ…

ନୂଆଦିଲ୍ଲୀ,୩।୧୦ : ଉପରାଷ୍ଟ୍ରପତି ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ସୋମବାର ଦିଲ୍ଲୀରେ ତାଙ୍କ ସରକାରୀ ବାସଭବନରେ ସଂସଦର ସମସ୍ତ ପ୍ରମୁଖ ଦଳର ନେତାଙ୍କ ପାଇଁ ରାତ୍ରୀ ଭୋଜନର ଆୟୋଜନ କରିଛନ୍ତି। କାର୍ଯ୍ୟଭାର ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ଭୋଜି। କୁହାଯାଉଛି ଏହି ଅବସରରେ ବିରୋଧୀ ଦଳ ଗୃହର ବିଭିନ୍ନ କମିଟିର ପୁନର୍ଗଠନ ପ୍ରସଙ୍ଗ ଉଠାଇ ସେମାନଙ୍କୁ ଅଧ୍ୟକ୍ଷ ପଦ ଦେବା ଦାବି ଉଠାଇ ପାରନ୍ତି। ସରକାର କିଛି ପରିବର୍ତ୍ତନ କରିବାକୁ ଚାହୁଁଥିବାବେଳେ ବିରୋଧୀ ଦଳଙ୍କ ପାଇଁ ଦୀର୍ଘ ଦଶନ୍ଧି ଧରି ରହିଆସିଥିବା ଆନ୍ତରିକତାକୁ ବଜାୟ ରଖିବାକୁ ସେମାନେ ଅନୁରୋଧ କରିବେ ବୋଲି କୁହାଯାଉଛି।

ଉପରାଷ୍ଟ୍ରପତିଙ୍କ ସଚିବାଳୟରେ ଥିବା ସୂତ୍ରରୁ ପ୍ରକାଶ ଯେ ଭୋଜିରେ ଯୋଗଦେବାକୁ ସଂସଦର ସମସ୍ତ ଦଳର ନେତାମାନଙ୍କୁ ନିମନ୍ତ୍ରଣ କରାଯାଇଛି। ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ପଦରୁ ଅବସର ନେବା ପରେ ଧନକର ରାଜ୍ୟସଭା ଅଧ୍ୟକ୍ଷ ପଦ ପାଇଛନ୍ତି।

ଏହି ଭୋଜି ପାଇଁ ରାଜ୍ୟସଭାର ସମସ୍ତ ଦଳର ନେତା, ଗୃହର ନେତା, କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲଦ ଯୋଶୀ ଏବଂ ଗୃହର ସଦସ୍ୟଙ୍କ ବ୍ୟତୀତ କେତେକ ବରିଷ୍ଠ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଆମନ୍ତ୍ରିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri