ଫିଲ୍ମ ସଫଳତା ପାଇଁ ସ୍ବର୍ଣ୍ଣ ମନ୍ଦିରରେ ଭିକ୍କି

ମୁମ୍ବାଇ: ବଲିଉଡ୍‌ ଅଭିନେତା ଭିକ୍କି କୌଶଲ ଏବେ ତାଙ୍କ ଅପ୍‌କମିଂ ଚଳଚ୍ଚିତ୍ର ‘ସାମ୍‌ ବାହାଦୁର’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ଭିକ୍କି ଅମୃତସହରର ସ୍ବର୍ଣ୍ଣ ମନ୍ଦିରରେ ପହଞ୍ଚିଛନ୍ତି। ଏନେଇ ସେ ଇନ୍‌ଷ୍ଟାଗ୍ରାମ୍‌ରେ ମନ୍ଦିର ସହ ତାଙ୍କର ଫଟୋ ପୋଷ୍ଟ କରିଛନ୍ତି। ତାଙ୍କ ସହିତ ଫିଲ୍ମ ନିର୍ଦ୍ଦେଶକ ମେଘ୍ନା ଗୁରଜାର ଏବଂ ଅଭିନେତ୍ରୀ ସାନ୍ୟା ମାଲହୋତ୍ରାଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା। ଫିଲ୍ମ ରିଲିଜ୍‌ ପୂର୍ବରୁ ସଫଳ କାମନା ପାଇଁ ସେମାନେ ମନ୍ଦିର ଦର୍ଶନ କରିଥିବା ଜଣାପଡ଼ିଛି। ସ୍ବର୍ଣ୍ଣ ମନ୍ଦିରରେ ପହଞ୍ଚିବା ପରେ ଭିକ୍କି ପ୍ରଥମେ ନତମସ୍ତକ ହୋଇ ପ୍ରାର୍ଥନା କରିଥିଲେ। ପରେ ଗୁରୁବାଣୀଙ୍କ କଥା ଶୁଣିଥିଲେ। ଏହାପରେ ସେ ସରୋବର ପରିକ୍ରମା କରିଥିଲେ। ଏହି ସମୟରେ କିଛି ପ୍ରଶଂସକଙ୍କ ସହ ଫଟୋ ଉଠାଇଥିବା ଦେଖିବାକୁ ମିଳିଥିଲା। ଭିକ୍କିଙ୍କ ଆଗାମୀ ଚଳଚ୍ଚିତ୍ର ‘ସାମ ବାହାଦୁର’କୁ ପ୍ରଶଂସକ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଫିଲ୍ମର ଟ୍ରେଲର ମଧ୍ୟ କିଛି ସମୟ ପୂର୍ବରୁ ଲଞ୍ଚ ହୋଇଛି। ଟ୍ରେଲର ଦେଖିବା ପରେ ପ୍ରଶଂସକଙ୍କ ମଧ୍ୟରେ ଆହୁରି ଉତ୍ସାହ ବଢିଯାଇଛି। ଏହି ଫିଲ୍ମ ଆସନ୍ତା ୨ରେ ମୁକ୍ତିଲାଭ କରିବ। ୨୦୧୨ରେ ସେ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ଶେଷଥର ପାଇଁ ତାଙ୍କୁ ଫିଲ୍ମ ‘ ଦି ଗ୍ରେଟ୍‌ ଇଣ୍ଡିଆନ ଫ୍ୟାମିଲି’ରେ ଦେଖିବାକୁ ମିଳିଥିଲା। ଆଗକୁ ତାଙ୍କ ହାତରେ ଆଉ ୩ଟି ଫିଲ୍ମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri