ବିବାହ ବାର୍ଷିକୀ ପାଳନ କଲେ ଭିକି-କ୍ୟାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଏବଂ ଭିକି କୌଶଲ ଆଜି ଅର୍ଥାତ୍‌ ଡିସେମ୍ବର ୯ରେ ସେମାନଙ୍କର ପ୍ରଥମ ବିବାହ ବାର୍ଷିକୀ ପାଳନ କରୁଛନ୍ତି। ସକାଳୁ ସେମାନଙ୍କ ପ୍ରଶଂସକମାନେ ଉଭୟଙ୍କ ପୋଷ୍ଟକୁ ଅପେକ୍ଷା କରିଥିଲେ। ବର୍ତ୍ତମାନ ସମସ୍ତଙ୍କର ଅପେକ୍ଷା ଶେଷ ହୋଇଛି ଏବଂ ଏହି ସେଲିବ୍ରିଟି ଦମ୍ପତି ପରସ୍ପର ପ୍ରତି ନିଜର ପ୍ରେମ ବ୍ୟକ୍ତ କରିଛନ୍ତି। କ୍ୟାଟ୍ରିନା ଏବଂ ଭିକି ସେମାନଙ୍କର ସୋସିଆଲ ମିଡିଆ ଆକାଉଣ୍ଟରେ କିଛି ଫଟୋ ଶେୟାର କରି ବିବାହ ବାର୍ଷିକୀ ପାଳନ କରିଛନ୍ତି।

କ୍ୟାଟ୍ରିନା ଏବଂ ଭିକି ସେମାନଙ୍କର ବିବାହର ଫଟୋ ସହିତ ସେମାନଙ୍କର କିଛି ବ୍ୟକ୍ତିଗତ ମୁହୂର୍ତ୍ତ ଶେୟାର କରିଛନ୍ତି। ଉଭୟ ପରସ୍ପର ପାଇଁ ଲଭ୍‌ ନୋଟ୍‌ ମଧ୍ୟ ଲେଖିଛନ୍ତି। ଫଟୋ ଶେୟାର କରିବାବେଳେ କ୍ୟାଟ୍ରିନା ଲେଖିଥିଲେ,‘ମୋର ଆଲୋକର କିରଣ, ଗୋଟିଏ ବର୍ଷ ଖୁସି …’ ଏହା ସହିତ ସେ ହାର୍ଟ ଇମୋଜି ଶେୟାର କରିଛନ୍ତି।

ସେହିପରି ଭିକି ମଧ୍ୟ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଫଟୋ ଶେୟାର ନିଜର ପ୍ରେମ ବ୍ୟକ୍ତ କରିଛନ୍ତି। ଭିକି ଲେଖିଛନ୍ତି, ସମୟ ଶୀଘ୍ର ଅତିକ୍ରମ କଲା … କିନ୍ତୁ ଏହା ତୁମ ସହିତ ଯାଦୁଗରୀ ଭାବରେ ବିତିଗଲା। ଆମର ବିବାହ ବାର୍ଷିକୀ ପାଇଁ ଅଭିନନ୍ଦନ। ମୁଁ ତୁମ କଳ୍ପନା ଅପେକ୍ଷା ତୁମକୁ ଅଧିକ ଭଲ ପାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri