ସକାଳୁ ସକାଳୁ କ୍ୟାଟ୍ରିନାଙ୍କ ଘରେ ନଜର ଆସିଲେ ଭିକ୍କି: ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବେଶ୍ କିଛି ସମୟ ହେବ ଭିକ୍କି କୌଶଳ ଓ କ୍ୟାଟ୍ରିନା କୈଫଙ୍କ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚା ଚାଲିଛି । ଏମାନେ ପରସ୍ପରକୁ ଡେଟ୍ କରୁଥିବା କୁହାଯାଉଥିବା ବେଳେ ଦୁହେଁ କିନ୍ତୁ ଏହାକୁ କେବେ ସ୍ୱୀକାର କରି ନାହାନ୍ତି । ଏମାନଙ୍କୁ ଏକାଠି ବିଭିନ୍ନ ସ୍ଥାନରେ ସ୍ପଟ କରାଯାଇଥିବା ବେଳେ ଉଭୟ ମିଶି ଗୋଟିଏ ଫିଲ୍ମରେ ଅଭିନୟ କରିବା କଥା ମଧ୍ୟ ଆଲୋଚନା ହୋଇଛି । ଏବେ ନିକଟରେ ଭିକ୍କିଙ୍କୁ ସକାଳୁ ସକାଳୁ କ୍ୟାଟଙ୍କ ଘରେ ଦେଖିବାକୁ ମିଳିଛି । ଯାହାର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭିକ୍କି ନିକଟରେ ଗ୍ରେ କଲର ସ୍ୱେଟର ସହ ସର୍ଟସ ପିନ୍ଧି କ୍ୟାଟ୍ରିନାଙ୍କ ଫାଟକରେ ପ୍ରବେଶ କରୁଥିବା ଫଟୋ ଦେଖାଯାଇଛି । ଏହାସହ କରୋନା ପାଇଁ ସେ ମାସ୍କ ମଧ୍ୟ ପିନ୍ଧିଛନ୍ତି । ତେବେ ଏହା ପ୍ରଥମ ଥର ନୁହେଁ । ଏହା ପୂର୍ବରୁ ମଧ୍ୟ ଅନେକଥର ଭିକ୍କିଙ୍କୁ କ୍ୟାଟଙ୍କ ଘରେ ଦେଖିବାକୁ ମିଳିଛି । ଲକ୍‌ଡାଉନ ଖୋଲିବା ପରେ ପ୍ରଥମେ ଭିକ୍କି କ୍ୟାଟ୍ରିନାଙ୍କ ଘରକୁ ଯାଇଥିଲେ । ଆଉ ସେହି ସମୟରେ କିଛି ଫଟୋ ଇଣ୍ଟରନେଟରେ ଭାଇରାଲ ହୋଇଥିଲା । ଏଥର ଭିକ୍କିଙ୍କ ଏହି ଫଟୋ ସେଲିବ୍ରିଟି ଫଟୋଗ୍ରାଫର ମାନବ ମଙ୍ଗଲାନି ତାଙ୍କ ଅଫିସିୟାଲ ଇନଷ୍ଟାଗ୍ରାମରେ ଶେୟାର କରିଥିବା ଦେଖାଯାଇଛି । ଯାହା ଏବେ ଭାଇରାଲ ହେବାରେ ଲାଗିଛି । ଏହା ପୂର୍ବରୁ କ୍ୟାଟ୍ରିନା ଭିକ୍କି କୌଶଲଙ୍କ ମୁଭି ‘ଭୁତ: ଦ ହଣ୍ଟେଡ ଶିପ’ ପାର୍ଟ ୱାନର ସ୍କ୍ରିନିଂରେ ପହଞ୍ଚିଥିଲେ । ତେଣୁ ଉଭୟଙ୍କ ମଧ୍ୟରେ କିଛି ନା କିଛି ସମ୍ପର୍କ ରହିଛି ବୋଲି ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri