ବଲିଉଡରେ ୨୦ ବର୍ଷ ପୂରଣ କଲେ କଟ୍ରିନା, ପ୍ରଶଂସାରେ ପୋତିଲେ ସ୍ବାମୀ

ବମ୍ବେ: ବଲିଉଡରେ ୨୦ ବର୍ଷ ପୂରଣ କରିଛନ୍ତି ଅଭିନେତ୍ରୀ କଟ୍ରିନା କୈଫ। ଜଣେ ହିନ୍ଦୀ କହି ପାରୁ ନ ଥିବା ଝିଅରୁ ପୋଖତ କଳାକାର ଭାବେ ତାଙ୍କର ଏହି ଯାତ୍ରା ବେଶ ପ୍ରେରଣାଦାୟୀ। ଏହି ବର୍ଷଗୁଡ଼ିକରେ ସେ ଭେଟି ଦେଇଛନ୍ତି ଗୋଟିଏରୁ ବଳି ଆରେକ ସୁପରହିଟ୍‌ ଚଳଚ୍ଚିତ୍ର। ଏବେ ଅଭିନେତ୍ରୀ ଭାବେ ସ୍ବତନ୍ତ୍ର ଉପଲବ୍ଧିକୁ ନେଇ ସ୍ବାମୀ ତଥା ଅଭିନେତା ବିକ୍କି କୌଶଲ ଖୁସି ପ୍ରକାଶ କରିଛନ୍ତି। କଟ୍ରିନାଙ୍କୁ ବିବାହ କରିବା ପରେ ତାଙ୍କ ଜୀବନ କେତେ ବଦଳିଯାଇଛି ସେ ତାକୁ ନିକଟରେ ପ୍ରକାଶ କରିଛନ୍ତି।

ଏକ ସାକ୍ଷାତକାରରେ ବିକ୍କି କହିଛନ୍ତି, କଳାକାର ଭାବେ କଟ୍ରିନା ୨୦ ବର୍ଷ ପୂରଣ କରିବା ବେଶ ପ୍ରେରଣାଦାୟୀ। ତାଙ୍କୁ ମୁଁ ଜଣେ ମଣିଷ ଭାବେ ମଧ୍ୟ ଜାଣେ। ଦେଖିବାକୁ ଗଲେ ସେ ଜଣେ ଯୋଦ୍ଧା। ଯେତେବେଳେ କିଛି ବି ତାଙ୍କ ସପକ୍ଷରେ କାମ କରେ ନାହିଁ ସେ ନିଜର ପ୍ରଚେଷ୍ଟା ବଳରେ ସବୁକିଛି ଠିକ୍‌ କରିବାକୁ ଚେଷ୍ଟା କରିଥାନ୍ତି। ମୁଁ ତାଙ୍କଠାରୁ ବହୁତ କିଛି ଶିଖିଛି। ଆମେ ଦୁହେଁ ବହୁତ ଅଲଗା। ମୁଁ ଶାନ୍ତ ରୁହେ ହେଲେ ସେ ସବୁବେଳେ ଲଢ଼ିବାକୁ ପ୍ରସ୍ତୁତ ଥାନ୍ତି। ଅଭିନେତ୍ରୀ ଭାବେ ସେ ବିଗତ ବର୍ଷଗୁଡ଼ିକରେ ବହୁତ କିଛି ପ୍ରାପ୍ତ କରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?