ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ ଏବେ ପୁଅ ସେବାରେ ଲାଗିପଡ଼ିଛନ୍ତି। ପୁଅ ଜନ୍ମ ହେବା ପରେ ବିକିଙ୍କୁ ପ୍ରଥମ ଥର ପାଇଁ ମୁମ୍ବାଇ ବାହାରେ ଦେଖାଯାଇଥିଲା। ସେ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ଏହି କାର୍ଯ୍ୟକ୍ରମ ସମୟରେ ସେ ହସି ହସି କହିଥିଲେ, ମୁଁ ଅଭିନୟ ଅପେକ୍ଷା ଡାଏପର ବଦଳାଇବାରେ ଅଧିକ ପାରଙ୍ଗମ। ମୁଁ କେବଳ ଏତିକି କହିବାକୁ ଚାହୁଁଛି। ପୁଅ ହେବା ପରେ ଦାୟିତ୍ୱ ବଢିଯାଇଛି। ତାକୁ ଛାଡି କୁଆଡେ ଯିବା ବେଶ୍‌ କଷ୍ଟକର। କିନ୍ତୁ ଯେଉଁ ଦିନ, ସେ ଏହା ଦେଖିବ, ସେ ତାଙ୍କ ବାପାଙ୍କ ପାଇଁ ଗର୍ବ କରିବ। ବାପା ହେବାର ଅର୍ଥ କ’ଣ ତାହା ମୁଁ ଶବ୍ଦରେ ପ୍ରକାଶ କରିପାରିବି ନାହିଁ।
ଦିଲ୍ଲୀରେ ଅନୁଷ୍ଠିତ NDTV ଇଣ୍ଡିଆନ ଅଫ ଦି ଇୟର ୨୦୨୫ ସମାରୋହରେ ବିକିଙ୍କୁ ବର୍ଷର ଶ୍ରେଷ୍ଠ ଅଭିନେତା ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ‘ଛାଭା’ ଚଳଚ୍ଚିତ୍ରରେ ଛତ୍ରପତି ସମ୍ଭାଜୀ ମହାରାଜଙ୍କ ଭୂମିକା ପାଇଁ ସେ ଏହି ପୁରସ୍କାର ପାଇଥିଲେ।
ଡିସେମ୍ବର ୨୦୨୧ରେ ରାଜସ୍ଥାନର ସିକ୍ସ ସେନ୍ସ ଫୋର୍ଟ ବାରୱାରାରେ ବିକି ଏବଂ କ୍ୟାଟ୍ରିନାଙ୍କର ଗ୍ରାଣ୍ଡ ବିବାହ ହୋଇଥିଲା। ସେମାନେ ବିବାହ ବନ୍ଧନ ପର୍ଯ୍ୟନ୍ତ ସେମାନଙ୍କର ସମ୍ପର୍କକୁ ଗୁପ୍ତ ରଖିଥିଲେ। ଚାରି ବର୍ଷ ପରେ ଏହି ଦମ୍ପତି ମା’ବାପା ହୋଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ପାକିସ୍ତାନକୁ ଧୂଳି ଚଟାଇବାକୁ ଶ୍ରୀଲଙ୍କା ପହଞ୍ଚିଲା ଟିମ୍‌ ଇଣ୍ଡିଆ, ହେଲା ଭବ୍ୟ ସ୍ବାଗତ

ନୂଆଦିଲ୍ଲୀ,୧୪।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପାକିସ୍ତାନ ବିପକ୍ଷରେ T20 ବିଶ୍ୱକପ 2026 ର ତୃତୀୟ ମ୍ୟାଚ ଖେଳିବା ପାଇଁ ଶ୍ରୀଲଙ୍କାରେ ପହଞ୍ଚିଛି। ଫେବୃଆରୀ…

Ind Vs Pak: ଏହି ଷ୍ଟାର ଭାରତୀୟ ଖେଳାଳିଙ୍କୁ ନେଇ ଭୟ କଲାଣି ପାକିସ୍ତାନ!

ନୂଆଦିଲ୍ଲୀ,୧୪।୨: ଫେବୃଆରୀ ୧୫ ତାରିଖରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC ପୁରୁଷ ଟି୨୦ ବିଶ୍ୱକପ ୨୦୨୬ରେ ହେବାକୁ ଥିବା ହାଇ-ଭୋଲଟେଜ ମ୍ୟାଚ ପୂର୍ବରୁ ପରିବେଶ ଉଷ୍ମ…

ବ୍ୟାନର ମାରି ଉପସ୍ଥିତି ଦର୍ଶାଇଲେ ମାଓବାଦୀ: ଆତଙ୍କିତ ନ ହେବାକୁ….

ରାୟଗଡ଼ା/କଲ୍ୟାଣସିଂହପୁର,୧୪।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ମାଓବାଦୀ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ଜଣ ମାଓବାଦୀ ଆତ୍ମସମର୍ପଣ ପରେ ରାୟଗଡ଼ା ଜିଲା ଏକ ପ୍ରକାର ମାଓମୁକ୍ତ ଅଞ୍ଚଳ…

ସାଇବର ଠକଙ୍କ କବ୍‌ଜାରେ ବଲାଙ୍ଗୀରର ୯୯୨ ଆକାଉଣ୍ଟ

ବଲାଙ୍ଗୀର,୧୪ା୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସାଇବର ଥାନା ପୋଲିସ ଏକ ଆନ୍ତଃରାଜ୍ୟ ସାଇବର ଠକେଇ ରାକେଟର ପର୍ଦ୍ଦାଫାଶ କରିଛି। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି ଶୁକ୍ରବାର ସ୍ଥାନୀୟ…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ…

ହାସିନାଙ୍କ ପ୍ରତ୍ୟର୍ପଣ ଦାବିକଲା ବିଏନ୍‌ପି: ଆଜି ଶପଥ ନେବେ ତାରିକ୍‌ ରହମାନ

ଢାକା,୧୪ା୨(ପି.ଟି./ଏଜେନ୍ସି):୨୦୨୪ ଅଗଷ୍ଟରେ ବାଂଲାଦେଶର ତତ୍କାଳୀନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ମୁଣ୍ଡ ଟେକିଥିବା ଛାତ୍ର ଆନ୍ଦୋଳନ ଶେଷରେ ତାଙ୍କୁ କ୍ଷମତାଚ୍ୟୁତ କରିଥିଲା। ଅଗଷ୍ଟ ୫ରେ ହାସିନା ଦେଶ…

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ

ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri