ଜାମିନ ଶୁଣାଣି ବେଳେ ପକ୍ଷ ରଖିବେ ବଳାତ୍କାର ପୀଡ଼ିତା

କଟକ ଅଫିସ,୨୮।୭: ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କ ନିୟମିତ ଜାମିନ ଶୁଣାଣି ବେଳେ ପୀଡ଼ିତା ନିଜେ କୋର୍ଟରେ ଉପସ୍ଥିତ ରହି ପକ୍ଷ ରଖିବେ। କୌଣସି କାରଣରୁ ସେ ଅନୁପସ୍ଥିତ ରହିଲେ, ଅଭିଯୋଗକାରୀ କିମ୍ବା ସୂଚନା ପ୍ରଦାନକାରୀଙ୍କୁ ଉପସ୍ଥିତ ରହିବାକୁ ହେବ। ପୂର୍ବରୁ ସେଥିପାଇଁ ନୋଟିସ ଦିଆଯିବ। ଏନେଇ ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ୍‌) ଲଳିତ ଦାସ ବିଜ୍ଞପ୍ତି ଜାରି କରିବା ସହ ସମସ୍ତ ଜିଲା ଓ ଦୌରାଜଜ୍‌ଙ୍କୁ ଚିଠି କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ବର୍ଷ ଗଜପତି ଜିଲା କାଶୀନଗର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଥିଲା। ପ୍ରଥମେ ଆଇପିସି ଧାରା ୩୬୩ରେ ମାମଲା ରୁଜୁ ହୋଇଥିଲେ ମଧ୍ୟ ପରେ ଏହା ଆଇପିସି ଧାରା ୩୭୬(୨)(ଏନ୍‌)(୩) ଓ ପୋକ୍ସୋ ଆଇନର ଧାରା ୬କୁ ପରିବର୍ତ୍ତିତ ହୋଇଥିଲା। ପାରଳାଖେମୁଣ୍ଡି ଅତିରିକ୍ତ ଜିଲା ଦୌରାଜଜ୍‌ ନିୟମିତ ଜାମିନ ଆବେଦନକୁ ଖାରଜ କରିବା ପରେ ଅଭିଯୁକ୍ତ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗତ ୧୫ ତାରିଖରେ ବିଚାରପତି ଜଷ୍ଟିସ୍‌ ସଞ୍ଜୀବ ପାଣିଗ୍ରାହୀ ଜାମିନ ଆବେଦନର ଶୁଣାଣି କରି କହିଥିଲେ ଯେ, କ୍ରିମିନାଲ୍‌ ଲ’ (ଆମେଣ୍ଡମେଣ୍ଟ) ଆକ୍ଟ-୨୦୧୮ ଅନୁଯାୟୀ ନିୟମିତ ଜାମିନର ଶୁଣାଣି ବେଳେ ପୀଡ଼ିତା ଉପସ୍ଥିତ ରହିପାରିବେ। ଏହି ପରିପ୍ରେକ୍ଷୀରେ ଗତ ଜୁନ୍‌ ୫ରେ ଦିଲ୍ଲୀ ହାଇକୋର୍ଟ ସିଆର୍‌ଏଲ୍‌ଏମ୍‌ସି ୧୪୭୪/୨୦୨୦ ଏବଂ ସିଆର୍‌ଏଲ୍‌ଏମ୍‌ଏ ୬୩୩୦/୨୦୨୦ ଏବଂ ୬୭୦୫/୨୦୨୦ ମାମଲାରେ ଦେଇଥିବା ନିର୍ଦ୍ଦେଶ ସମ୍ପର୍କରେ କୋର୍ଟ ଉଲ୍ଲେଖ କରିଥିଲେ। ଏଥିସହ ରାଜ୍ୟର ସମସ୍ତ ତଳ ଅଦାଲତ ଏହି ନିର୍ଦ୍ଦେଶକୁ ପାଳନ କରିବା ପାଇଁ ପ୍ରାକ୍ଟିସ୍‌ ଡାଇରେକ୍ସନ ବା ବିଜ୍ଞପ୍ତି ପ୍ରକାଶ କରିବା ପାଇଁ ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉପରୋକ୍ତ ନିର୍ଦ୍ଦେଶ ଅନୁଯାୟୀ ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ୍‌) ଲଲିତ ଦାସ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଆଇପିସିର ଧାରା ୩୭୬, ଧାରା ୩୭୬ ଏବି, ଧାରା ୩୭୬ ଡିଏ, ଧାରା ୩୭୬ ଡିବିରେ ରୁଜୁ ହୋଇଥିବା ମାମଲାଗୁଡ଼ିକର ଶୁଣାଣି ବେଳେ ପୀଡ଼ିତାଙ୍କୁ ନୋଟିସ ଦିଆଯିବ। ତଳ ଅଦାଲତକୁ ଏହି ନିର୍ଦ୍ଦେଶ ଦେବା ପାଇଁ ଜିଲା ଜଜ୍‌ମାନଙ୍କୁ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri