ପୀଡ଼ିତାଙ୍କ ବୟାନ ରେକର୍ଡ

ପାରାଦୀପ,୨୮।୮(ସ୍ବ.ପ୍ର.): ପାରାଦୀପ ଆଦର୍ଶଥାନା ଅଞ୍ଚଳରେ ଆଶାକର୍ମୀଙ୍କୁ ଗଣବଳାତ୍କାର ଘଟଣାରେ ଶନିବାର ପୋଲିସ ମାମଲା (ନଂ.୨୭୫/୨୨)ରୁଜୁ କରିଛି। ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇ କୁଜଙ୍ଗ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ପାଖରେ ବୟାନ ରେକର୍ଡ କରାଯାଇଛି। ଏତଦ୍‌ବ୍ୟତୀତ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍‌ ଜରିଆରେ ଘଟଣାସ୍ଥଳରେ ତଦନ୍ତ କରାଯାଇଛି। ଏହି ଘଟଣାକୁ ୨୪ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିନାହିଁ। ଏ ସମ୍ପର୍କରେ ଥାନାଧିକାରୀ ଶୁଭଲକ୍ଷ୍ମୀ ପୂଜାରୀ କୁହନ୍ତି, ଅଭିଯୁକ୍ତଙ୍କ ସମ୍ପର୍କରେ ସୂଚନା ମିଳିଛି। ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ।
ସୂଚନାଯୋଗ୍ୟ, ଏହି ଥାନା ଅଞ୍ଚଳର ଜଣେ ଆଶାକର୍ମୀ ଖରାବେଳେ ନୂଆବଜାରରେ ରହୁଥିବା ଜଣେ ଏଏନ୍‌ଏମ୍‌ କର୍ମୀଙ୍କୁ ଦେଖା କରି ସାଇକେଲ୍‌ରେ ଫେରୁଥିଲେ। ଏହି ସମୟରେ ନୂଆବଜାର ହୋଟେଲ ଛକ ନିକଟରୁ ୪ ଜଣ ଯୁବକ ତାଙ୍କୁ ବଳପୂର୍ବକ ଏକ ନାଲି ରଙ୍ଗର କାରରେ ଉଠେଇ ନେଇଥିଲେ। ସେମାନେ ସମ୍ପୃକ୍ତା ମହିଳାଙ୍କ ପାଟିରେ କପଡା ଦେଇ ନେହେରୁବଙ୍ଗଳା ନେଇଯାଇଥିଲେ। ଏଥିସହ ପୀଡିତାଙ୍କ ସାଇକେଲକୁ ହୋଟେଲ ଛକ ପାଖରେ ଥିବା ବଣୁଆ ଘାସ ଭିତରକୁ ଫୋପାଡ଼ି ଦେଇଥିଲେ। ଅଭିଯୁକ୍ତମାନେ ସମ୍ପୃକ୍ତା ମହିଳାଙ୍କୁ ନେହେରୁବଙ୍ଗଳା ମହାନଦୀ ମୁହାଣ ପାଖ ପଥରବନ୍ଧ ଅଞ୍ଚଳର ଏକ ନିକାଞ୍ଚନ ଜାଗାକୁ ନେଇ ବଳାତ୍କାର କରିଥିଲେ। ସାରେ ପୁଣି କାରରେ ଆଣି ନୂଆବଜାର ହୋଟେଲ ଛକ ନିକଟରେ ଛାଡି ପଳାଇଥିଲେ ବୋଲି ପୀଡ଼ିତା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି। ସମ୍ପୃକ୍ତ ମହିଳା ବର୍ଷେ ହେବ ଆଶାକର୍ମୀ ଭାବେ କାମ କରୁଛନ୍ତି। ଏବେ ସେ ବାପଘରେ ରହୁଛନ୍ତି। ଛାଡ଼ପତ୍ର ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri