ପୀଡ଼ିତାଙ୍କ ବୟାନ ରେକର୍ଡ

ପାରାଦୀପ,୨୮।୮(ସ୍ବ.ପ୍ର.): ପାରାଦୀପ ଆଦର୍ଶଥାନା ଅଞ୍ଚଳରେ ଆଶାକର୍ମୀଙ୍କୁ ଗଣବଳାତ୍କାର ଘଟଣାରେ ଶନିବାର ପୋଲିସ ମାମଲା (ନଂ.୨୭୫/୨୨)ରୁଜୁ କରିଛି। ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇ କୁଜଙ୍ଗ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ପାଖରେ ବୟାନ ରେକର୍ଡ କରାଯାଇଛି। ଏତଦ୍‌ବ୍ୟତୀତ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍‌ ଜରିଆରେ ଘଟଣାସ୍ଥଳରେ ତଦନ୍ତ କରାଯାଇଛି। ଏହି ଘଟଣାକୁ ୨୪ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିନାହିଁ। ଏ ସମ୍ପର୍କରେ ଥାନାଧିକାରୀ ଶୁଭଲକ୍ଷ୍ମୀ ପୂଜାରୀ କୁହନ୍ତି, ଅଭିଯୁକ୍ତଙ୍କ ସମ୍ପର୍କରେ ସୂଚନା ମିଳିଛି। ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ।
ସୂଚନାଯୋଗ୍ୟ, ଏହି ଥାନା ଅଞ୍ଚଳର ଜଣେ ଆଶାକର୍ମୀ ଖରାବେଳେ ନୂଆବଜାରରେ ରହୁଥିବା ଜଣେ ଏଏନ୍‌ଏମ୍‌ କର୍ମୀଙ୍କୁ ଦେଖା କରି ସାଇକେଲ୍‌ରେ ଫେରୁଥିଲେ। ଏହି ସମୟରେ ନୂଆବଜାର ହୋଟେଲ ଛକ ନିକଟରୁ ୪ ଜଣ ଯୁବକ ତାଙ୍କୁ ବଳପୂର୍ବକ ଏକ ନାଲି ରଙ୍ଗର କାରରେ ଉଠେଇ ନେଇଥିଲେ। ସେମାନେ ସମ୍ପୃକ୍ତା ମହିଳାଙ୍କ ପାଟିରେ କପଡା ଦେଇ ନେହେରୁବଙ୍ଗଳା ନେଇଯାଇଥିଲେ। ଏଥିସହ ପୀଡିତାଙ୍କ ସାଇକେଲକୁ ହୋଟେଲ ଛକ ପାଖରେ ଥିବା ବଣୁଆ ଘାସ ଭିତରକୁ ଫୋପାଡ଼ି ଦେଇଥିଲେ। ଅଭିଯୁକ୍ତମାନେ ସମ୍ପୃକ୍ତା ମହିଳାଙ୍କୁ ନେହେରୁବଙ୍ଗଳା ମହାନଦୀ ମୁହାଣ ପାଖ ପଥରବନ୍ଧ ଅଞ୍ଚଳର ଏକ ନିକାଞ୍ଚନ ଜାଗାକୁ ନେଇ ବଳାତ୍କାର କରିଥିଲେ। ସାରେ ପୁଣି କାରରେ ଆଣି ନୂଆବଜାର ହୋଟେଲ ଛକ ନିକଟରେ ଛାଡି ପଳାଇଥିଲେ ବୋଲି ପୀଡ଼ିତା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି। ସମ୍ପୃକ୍ତ ମହିଳା ବର୍ଷେ ହେବ ଆଶାକର୍ମୀ ଭାବେ କାମ କରୁଛନ୍ତି। ଏବେ ସେ ବାପଘରେ ରହୁଛନ୍ତି। ଛାଡ଼ପତ୍ର ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri