ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜସ୍ଥାନ ଆବୁରାଜରୁ ଆସିଥିବା ଅନ୍ତଃରାଷ୍ଟ୍ରୀୟ ପ୍ରେରଣାଦାୟକ ପ୍ରବକ୍ତା ତଥା ମନ ପ୍ରଶିକ୍ଷକ ରାଜଯୋଗୀ ବ୍ରହ୍ମ କୁମାର ଡ଼. ଶକ୍ତିରାଜ ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ନିଜର ଓଜସ୍ବୀନି ବକ୍ତବ୍ୟରେ ସେ ମନକୁ ନିୟନ୍ତ୍ରଣରେ ରଖିବା ଉପରେ ଅଧିକ ଗୁରୁତ୍ୱ ଦେବାକୁ ପରାମର୍ଶ ଦେବା ସହିତ ମନର ବିଜୟରେ ଜଗତ ବିଜୟ ସମ୍ଭବ ବୋଲି କହିଥିଲେ। ଡାକ୍ତର, ଇଞ୍ଜିନିୟର, ଶିକ୍ଷକ, ଅଧିବକ୍ତା ଆଦି ହେବାପାଇଁ ଭିନ୍ନ ଭିନ୍ନ ମହାବିଦ୍ୟାଳୟ ରହିଥିଲେ ମଧ୍ୟ ସାଧାରଣ ମାନବକୁ ଦେବତୁଲ୍ୟ ଗଢିବା ପାଇଁ ବ୍ରହ୍ମକୁମାରୀ ବିଶ୍ୱବିଦ୍ୟାଳୟ ଏକମାତ୍ର ସଂସ୍ଥା ବୋଲି ସେ ମତ ପ୍ରକାଶ କରିଥିଲେ।
ସେହିଭଳି ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ ଏବଂ ଦିଗପହଣ୍ଡି ପ୍ରଭୁ ମିଳନ ଭବନର ସଞ୍ଚାଳିକା ରାଜଯୋଗିନୀ ବ୍ରହ୍ମକୁମାରୀ ଅରୁନ୍ଧତୀ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ନକରାତ୍ମକ ତତ୍ତ୍ୱକୁ ବିଦାୟ ଏବଂ ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବା ଦ୍ୱାରା ଶାନ୍ତିର ପ୍ରସାର ହୋଇଥାଏ ବୋଲି ଅତିଥି ଦ୍ବୟ ସେମାନଙ୍କ ଉଦବୋଧନରେ ମତପ୍ରକାଶ କରିଥିଲେ। କାର୍ଯ୍ୟକ୍ରମକୁ ଦିଗପହଣ୍ଡିସ୍ଥିତ ବ୍ରହ୍ମା କୁମାରୀଜ ପ୍ରଭୁ ମିଳନ ଭବନ ସେବାକେନ୍ଦ୍ରର ବ୍ରହ୍ମାକୁମାରୀ ଭଉଣୀ ଓ ବ୍ରହ୍ମାକୁମାର ଭାଇ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?