ମେଲବୋର୍ନ,୨୫।୧୦ : ଟି-୨୦ ବିଶ୍ୱକପର ସୁପର-୧୨ ମ୍ୟାଚ୍ରେ ମଙ୍ଗଳବାର ଅଷ୍ଟ୍ରେଲିଆକୁ ଶ୍ରୀଲଙ୍କା ଭେଟିଛି। ପର୍ଥ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ଅଷ୍ଟ୍ରେଲିଆ ଟସ୍ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲା। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍ଙ୍କ ନେତୃତ୍ୱରେ ଦଳ ବୋଲିଂ ଆରମ୍ଭ କରିଥିଲା।
ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକାଙ୍କ ନେତୃତ୍ୱରେ ଦଳ ଧାର୍ଯ୍ୟ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୫୭ ରନ୍ କରିଥିଲା। ଫଳରେ ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୧୫୮ ରନ୍ ରହିଛି।


