Posted inଖେଳ

ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୧୬୦ ରନ୍‌ …

ସିଆଲହଟ,୮।୧୦ : ମହିଳା ଏସିଆ କପରେ ପାକିସ୍ତାନ ବିପକ୍ଷରେ ପରାଜୟ ପରେ ଭାରତୀୟ ଦଳ ବାଂଲାଦେଶର ସମ୍ମୁଖୀନ ହୋଇଛି। ଟିମ ଇଣ୍ଡିଆ ଏହି ମ୍ୟାଚ ଜିତି ବିଜୟ ଟ୍ରାକକୁ ଫେରିବାକୁ ଚାହୁଁଛି । ସିଆଲହଟ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଭାରତ ବାଂଲାଦେଶ ସମ୍ମୁଖରେ ୧୬୦ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି।

ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ଟସ ଜିତି ୧୫୯ ରନ ସ୍କୋର କରିଥିଲା। ଶେଫାଲି ବର୍ମା ଏବଂ ଅଧିନାୟକ ସ୍ମୃତି ମନ୍ଧାନା ଭାରତକୁ ଏକ ଭଲ ଆରମ୍ଭରେ ପ୍ରଦାନ କରିଥିଲେ। ଉଭୟ ପ୍ରଥମ ୱିକେଟ ପାଇଁ ୭୨ ବଲରେ ୯୬ ରନର ସ୍କୋର କରିଥିଲେ। ଏହି ଯୋଡି ପାୱାରପ୍ଲେରେ ୫୯ ରନ ସ୍କୋର କରିଥିଲେ। ତେବେ ସ୍ମୃତି ୪୭ ରନ କରି ଆଉଟ ହୋଇଥିଲେ। ଏହା ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ ଖରାପ ହୋଇଯାଇଥିଲା। ୫୫ ରନ ସ୍କୋର କରିବା ପରେ ଶେଫାଲି ବର୍ମା ମଧ୍ୟ ଆଉଟ ହୋଇଥିଲେ। ତିନି ନମ୍ବରରେ ଆସିଥିବା ଜେମିମା ୨୪ ବଲରେ ୩୫ ରନ ସ୍କୋର କରିଥିଲେ। କିନ୍ତୁ ଅପରପକ୍ଷରେ ରିଚା ଘୋଷଙ୍କୁ ୪, କିରଣ ନାଭଗିର ଶୂନ ଏବଂ ଦୀପ୍ତି ଶର୍ମା ୧୦ ରନ ସ୍କୋର କରିଥିଲେ। ଶେଷରେ ଭାରତ ପାଞ୍ଚ ୱିକେଟ ହରାଇ ଧାର୍ଯ୍ୟ ୨୦ ଓଭରରେ ୧୫୯ ରନ ସଂଗ୍ରହ କରିଥିଲା।

ବାଂଲାଦେଶ ପାଇଁ ରୁମାନା ଅହମ୍ମଦ ତିନୋଟି ଏବଂ ସଲମା ଖାତୁନ ଗୋଟିଏ ୱିକେଟ ନେଇଥିଲେ। ଏହି ଦୁଇଟି ବ୍ୟତୀତ ଫାହିମା ଖାତୁନ ଏବଂ ସଞ୍ଜୀଦା ଅଖତର ଚମତ୍କାର ବୋଲିଂ କରି ରନ ନଦେଇ ଭାରତକୁ ବଡ଼ ସ୍କୋର କରିବା ବାଧା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri