Posted inUncategorized

ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୪୧୦ ରନ…

ଢାକା,୧୦।୧୨ : ବାଂଲାଦେଶ ବିପକ୍ଷରେ ତୃତୀୟ ଏକଦିବସୀୟ ଭାରତୀୟ କ୍ରିକେଟର ଇଶାନ କିଶନ ଇତିହାସ ସୃଷ୍ଟି କରିଛନ୍ତି। ଏହା ସହିତ ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୪୧୦ ରନ ରହିଛି। ଭାରତ ୫୦ ଓଭରରେ ୮ ଓ୍ବିକେଟ ହରାଇ ୪୦୯ ରନ କରିଛି।

ଭାରତ ପାଇଁ ଇଶାନଏକଦିବସୀୟ କ୍ରିକେଟରେ ଦ୍ୱିଶତକ ହାସଲ କରିଥିବା ଚତୁର୍ଥ ଭାରତୀୟ ପାଲଟିଛନ୍ତି। ଇଶାନ କିଶନ ମାତ୍ର ୧୨୬ ବଲରେ ୨୦୦ ରନ ପୂରଣ କରିଛନ୍ତି। ୨୦୦ ରନ ମଧ୍ୟରେ ୨୩ ଚୌକା ଓ ୯ ଛକା ରହିଛି। ଦ୍ୱିଶତକ ହାସଲ ସହିତ ଇଶାନ କିଶାନ ତାଙ୍କ ନାମରେ ଅନେକ ବଡ଼ ରେକର୍ଡ ମଧ୍ୟ ସୃଷ୍ଟି କରିଛନ୍ତି ।

ଭାରତ ପାଇଁ କ୍ରିକେଟରେ ଇଶାନ କିଶନଙ୍କ ପୂର୍ବରୁ ସଚିନ ତେନ୍ଦୁଲକର, ବିରେନ୍ଦ୍ର ସେହ୍ବାଗ ଏବଂ ରୋହିତ ଶର୍ମା ଦ୍ୱିଶତକ ହାସଲ କରସାରିଛନ୍ତି। ତେବେ ଇଶାନ ମାତ୍ର ୧୨୬ ବଲରେ ଦ୍ୱିଶତକ ହାସଲ କରିଥିଲେ। ୧୩୧ ବଲରେ ୨୧୦ ରନ ସ୍କୋର କରିବା ପରେ ପାଭିଲିୟନ ଫେରିଥିଲେ। ତାଙ୍କର ଇନିଂସରେ ସେ ୨୪ ଚୌକା ଓ ୧୦ ଛକା ମାରିଥିଲେ।

ଏହା ସହିତ କ୍ରିକେଟରେ ଦ୍ରୁତତମ ଦ୍ୱିଶତକ ହାସଲ କରିବାର ରେକର୍ଡ ଏବେ ତାଙ୍କ ନାମରେ ରହିଛି। ପୂର୍ବତନ ୱେଷ୍ଟଇଣ୍ଡିଜର ବିସ୍ଫୋରକ ଖେଳାଳି କ୍ରିସ ଗେଲଙ୍କୁ ପରେ ସେ ଏହି ମହାନ ରେକର୍ଡ ସୃଷ୍ଟି କରିଛନ୍ତି। ଗେଲ ୧୩୮ ବଲରେ ଏକ ଦ୍ୱିଶତକ ହାସଲ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri