Posted inଖେଳ

ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୬୨ ରନ୍‌…

ହରାରେ, ୨୦।୮ : ଭାରତ ଏବଂ ଜିମ୍ବାୱେ ମଧ୍ୟରେ ଦ୍ୱିତୀୟ ଏକ ଦିବସୀୟ ଅନ୍ତର୍ଜାତୀୟ ମ୍ୟାଚ୍‌ ହାରାରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଜିମ୍ବାୱେ ଭାରତ ପାଇଁ ୧୬୨ ରନର ଲକ୍ଷ୍ୟ ଧାର୍ଯ୍ୟ କରିଛି। ତିନି ମ୍ୟାଚ ବିଶିଷ୍ଟ ସିରିଜରେ ଟିମ ଇଣ୍ଡିଆ ବର୍ତ୍ତମାନ ୧-୦ ରେ ଆଗୁଆ ରହିଛି। ଗୁରୁବାର ପ୍ରଥମ ଏକନିବସୀୟ ମ୍ୟାଚରେ ଭାରତ ଆୟୋଜକ ଦଳ ଜିମ୍ବାୱେକୁ ୧୦ ୱିକେଟରେ ପରାସ୍ତ କରିଥିଲା।

ସିରିଜର ଦ୍ୱିତୀୟ ଏକଦିବସୀୟରେ ମଧ୍ୟ ଜିମ୍ବାୱେ ଦଳ ପ୍ରଥମେ ବ୍ୟାଟିଂ କରୁଥିବାବେଳେ ବଡ଼ ସ୍କୋର କରିପାରି ନ ଥିଲା। ପ୍ରଥମ ଦିନିକିଆରେ ୧୮୯ ରନ ସଂଗ୍ରହ କରିଥିବା ଦଳ ଏଥର ୧୬୧ ରନ୍‌ କରିଛି। ଜିମ୍ବାୱେ ରନ ଆଉଟ ଆକାରରେ ଶେଷ ୱିକେଟ ହରାଇଥିଲା। ଦଳର ଶେଷ ଦୁଇଟି ୱିକେଟ ରନ ଆଉଟରେ ପଡିଥିଲା। ପୂର୍ବ ମ୍ୟାଚରେ ନବମ ୱିକେଟ ପାଇଁ ୭୦ ରନ ଭାଗିଦାରୀ ହୋଇଥିଲେ ହେଁ ଶନିବାର ମ୍ୟାଚରେ ଶେଷ ତିନିଟି ୱିକେଟ ୧୩ ରନ ବ୍ୟବଧାନରେ ପଡିଛି। ସଚିନ ୱିଲିୟମ୍ସ ସର୍ବାଧିକ ୪୨ ରନ ସଂଗ୍ରହ କରିଥିଲେ। ତାଙ୍କ ବ୍ୟତୀତ ରିଆନ ବୁର୍ଲେ ୩୯ ରନ ସଂଗ୍ରହ କରିଥିଲେ। ଶାର୍ଦ୍ଦୁଲ ଠାକୁର ଭାରତ ପାଇଁ ତିନୋଟି ୱିକେଟ ନେଇଥିଲେ ଏବଂ ଅନ୍ୟ ସମସ୍ତ ବୋଲରମାନେ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri