Posted inଖେଳ

ବିଜୟ ଆଶା ନ ଥିଲା: ରୋହିତ

ମେଲବୋର୍ନ,୨୩।୧୦: ଏକ ରୋମାଞ୍ଚକର ମ୍ୟାଚରେ ଭାରତ ପାକିସ୍ତାନକୁ ୪ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି, ମୋ ପାଇଁ କିଛି କହିବାକୁ କିଛି ଶବ୍ଦ ନାହିଁ। ଶେଷ ଓଭର ସମୟରେ ମୁଁ ଡ୍ରେସିଂ ରୁମରେ ଥିଲି। ମୋର ଆଶା ନ ଥିଲା। ଏହି ପରି ମ୍ୟାଚରେ ଆପଣ ଏପରି ପ୍ରଦର୍ଶନ ଆଶା କରନ୍ତି। ଆମେ ମ୍ୟାଚ ବଞ୍ଚାଇବାକୁ ଚାହିଁଥିଲୁ। ବିରାଟ କୋହଲି ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭାଗିଦାରୀ ମ୍ୟାଚର ଗତି ବଦଳାଇ ଦେଇଥିଲା। ଏହି ଉଇକେଟରେ ବ୍ୟାଟିଂ କରିବା ସହଜ ନ ଥିଲା। ଯେଉଁଭଳି ଭାବେ ଆମେ ମ୍ୟାଚ ଜିତିଲୁ, ତାହା ଅବିଶ୍ୱସନୀୟ। ବିରାଟ କୋହଲି ଅନେକ ଚମତ୍କାର ଇନିଂସ ଖେଳିଛନ୍ତି, କିନ୍ତୁ ଏହା ସର୍ବଶ୍ରେଷ୍ଠ। ଏହା ବ୍ୟତୀତ ମୁଁ ସମସ୍ତଙ୍କୁ ଧନ୍ୟବାଦ ଦେବାକୁ ଚାହେଁ।
ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ଭାରତକୁ ୧୬୦ ରନ୍‌ର ଟାର୍ଗେଟ ଦେଇଥିଲା। ଟାର୍ଗେଟ୍‌କୁ ପିଛା କରି ଭାରତ ୩୧ ରନ୍‌ରେ ଚାରି ଉଇକେଟ ହରାଇଥିଲା, କିନ୍ତୁ କୋହଲି-ପାଣ୍ଡ୍ୟା ଯୋଡି ଦଳକୁ ଏକ ଶକ୍ତିଶାଳୀ ସ୍ଥିତିକୁ ନେଇଥିଲେ। ଉଭୟ ୧୧୩ରନ ଭାଗିଦାରୀ କରିଥିଲେ। ଶେଷ ଓଭରରେ ଭାରତ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri