Posted inଖେଳ

ଘରୋଇ ସେସନ ଲାଗି ବିଦର୍ଭ ଖେଳାଳି ଟ୍ରେନିଂ ଆରମ୍ଭ କରିବେ

ନାଗପୁର,୧୯।୧୧(ପି.ଟି.): କୋଭିଡ୍‌-୧୯ କାରଣରୁ ପାଖାପାଖି ୮ ମାସର ବ୍ରେକ୍‌ ପରେ ବିଦର୍ଭ ରଣଜୀ ଟ୍ରଫି ସମ୍ଭାବ୍ୟ ଖେଳାଳିମାନେ ଚଳିତ ସପ୍ତାହରେ ଟ୍ରେନିଂ ଆରମ୍ଭ କରିବାକୁ ଯାଉଛନ୍ତି। ଜାନୁୟାରୀରେ ସୟଦ ମୁସ୍ତାକ ଅଲି ଟ୍ରଫି (ଜାତୀୟ ଟି୨୦ ଚାମ୍ପିୟନଶିପ୍‌) ସହ ଭାରତର ଘରୋଇ ସେସନ ଆରମ୍ଭ ହେବାର ସମ୍ଭାବନା ରହିଛି। ଦୁଇଥର ରଣଜୀ ଚାମ୍ପିୟନ ରହିଥିବା ଓ ଇରାନୀ କପ୍‌ ଚାମ୍ପିୟନଶିପ ହାସଲ କରିଥିବା ଏହି ଦଳ ଯଥାଶୀଘ୍ର ଟ୍ରେନିଂ ଆରମ୍ଭ କରିବା ଲକ୍ଷ୍ୟରେ ରହିଛନ୍ତି। ଆରଟି- ପିସିଆର୍‌ ଟେଷ୍ଟ ପରେ ଗୁରୁବାର କିମ୍ବା ଶୁକ୍ରବାରଠାରୁ ଟ୍ରେନିଂ ଆରମ୍ଭ ହେବ ବୋଲି ବିଦର୍ଭ କ୍ରିକେଟ ଆସୋସିଏଶନ (ଭିସିଏ) ଅଧ୍ୟକ୍ଷ ଆନନ୍ଦ ଜୟସ୍ବାଲ କହିଛନ୍ତି। ତେଣୁ ବିଭାଗୀୟ କର୍ତ୍ତୃପକ୍ଷଙ୍କଠାରୁ ଆବଶ୍ୟକ ଅନୁମତି ନିଆଯାଇଛି ବୋଲି ସେ କହିଛନ୍ତି। ଇନ୍‌ଡୋର ଏକାଡେମୀରେ ନେଟ୍ସ ଓ ଛୋଟ ଛୋଟ ବ୍ୟାଚ୍‌ରେ ଫିଲ୍ଡିଂ ସେସନର ଆୟୋଜନ ହେବ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, ଫୈଜ ଫଜଲଙ୍କ ନେତୃତ୍ୱରେ ବିଦର୍ଭ ରଣଜୀ ଟ୍ରଫି ଜିତିବା ସହ ଇରାନୀ ଟ୍ରଫି ମଧ୍ୟ ହାସଲ କରିଥିଲା। ଟ୍ରେନିଂ ନେଇ ବିସିସିଆଇ ମଧ୍ୟ ସବୁ ରାଜ୍ୟ ଆସୋସିଏଶନଗୁଡିକ ପାଇଁ ଏସ୍‌ଓପି ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri