Video: ହ୍ୱାଇଟ୍ ହାଉସରେ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଚୌକି ଟାଣିଲେ ରାଷ୍ଟ୍ରପତି ଟ୍ରମ୍ପ

ନୂଆଦିଲ୍ଲୀ ,୧୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର (ସ୍ଥାନୀୟ ସମୟ) ୱାଶିଂଟନ୍ ଡିସିର ହ୍ୱାଇଟ୍ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଷ୍ମ ଆଲିଂଗହଣା ସହିତ ସ୍ୱାଗତ କରିଛନ୍ତି। ପଶ୍ଚିମ ୱିଙ୍ଗ ଲବିରେ ପରସ୍ପରକୁ ସ୍ୱାଗତ କରିବା ସମୟରେ ଦୁଇ ନେତା ଏକ ହୃଦୟସ୍ପର୍ଶୀ ଆଲିଙ୍ଗନ କରିଥିଲେ।

ଏହି ସମୟରେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଥିଲେ, “ଆମେ ତୁମକୁ ବହୁତ ମନେ ପକାଉଥିଲୁ।” ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ରିପବ୍ଲିକାନ୍ ନେତାଙ୍କୁ ପୁଣି ଥରେ ଦେଖି ଖୁସି ପ୍ରକାଶ କରିଥିଲେ।

ହ୍ୱାଇଟ୍ ହାଉସର ଡେପୁଟି ଚିଫ୍ ଅଫ୍ ଷ୍ଟାଫ୍ ଏକ୍ସ’ରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ଏକ ଫଟୋ ସେୟାର କରିଥିଲେ। ଏକ୍ସ’ରେ ଫଟୋ ସେୟାର କରିବା ସମୟରେ ଡାନ୍ ସ୍କାଭିନୋ କହିଛନ୍ତି, “ରାଷ୍ଟ୍ରପତି ଟ୍ରମ୍ପ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହ୍ୱାଇଟ୍ ହାଉସରେ ସ୍ୱାଗତ କରିଛନ୍ତି।”

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଗମନ ପରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର, ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲ ଏବଂ ଆମେରିକାରେ ଭାରତର ରାଷ୍ଟ୍ରଦୂତ ବିନୟ ମୋହନ କ୍ୱାତ୍ରାଙ୍କ ସମେତ ଭାରତୀୟ ପ୍ରତିନିଧିମଣ୍ଡଳୀ ହ୍ୱାଇଟ୍ ହାଉସରେ ପହଞ୍ଚିଥିଲେ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଗମନ ପୂର୍ବରୁ, ହ୍ୱାଇଟ୍ ହାଉସରେ ଭାରତୀୟ ପତାକା ଲଗାଯାଇଥିଲା। ରାଷ୍ଟ୍ରପତି ଟ୍ରମ୍ପଙ୍କ ଶପଥ ଗ୍ରହଣ ପରେ ଆମେରିକା ଗସ୍ତରେ ଆସିଥିବା ପ୍ରଥମ କିଛି ବିଶ୍ୱ ନେତାଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ଅନ୍ୟତମ। ନୂତନ ପ୍ରଶାସନ ଦାୟିତ୍ୱ ଗ୍ରହଣ କରିବାର ତିନି ସପ୍ତାହ ମଧ୍ୟରେ ତାଙ୍କୁ ଗସ୍ତ କରିବାକୁ ନିମନ୍ତ୍ରଣ କରାଯାଇଛି।

ନଭେମ୍ବର ୨୦୨୪ ପରଠାରୁ, ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପ ଦୁଇଥର ଫୋନ୍‌ରେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ୱତନ୍ତ୍ର ଦୂତ ଭାବରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଯୋଗ ଦେଇଥିଲେ। ଏହି ଗସ୍ତ ସମୟରେ, ଇଏଏମ ଜୟଶଙ୍କର ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କୁ ମଧ୍ୟ ଭେଟିଥିଲେ ଏବଂ ଜାନୁଆରୀ 2025ରେ QUAD ବୈଦେଶିକ ମନ୍ତ୍ରୀମାନଙ୍କ ବୈଠକରେ ଅଂଶଗ୍ରହଣ କରିଥିଲେ।

ହ୍ୱାଇଟ୍ ହାଉସରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ସାକ୍ଷାତ ପୂର୍ବରୁ, ପ୍ରଧାନମନ୍ତ୍ରୀ ମୋଦୀ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକ୍ ୱାଲ୍ଜ, ଟେସଲାର ସିଇଓ ଏଲୋନ୍ ମସ୍କ, ଭାରତୀୟ ବଂଶୋଦ୍ଭବ ଉଦ୍ୟୋଗୀ ବିବେକ ରାମାସ୍ୱାମୀ ଏବଂ ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ (DNI) ତୁଲସୀ ଗବାର୍ଡଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri