Posted inଜାତୀୟ

Video: ଯେବେ ପ୍ରଥମ ଥର ନିର୍ବାଚନ ​​ଜିତିଥିଲେ ପ୍ରଧାନମନ୍ତ୍ରୀ ମୋଦି, ଭିଡ଼ିଓ ସେୟାର କରି ମନେ ପକାଇଲେ ପୁରୁଣା ଦିନ

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସୋସିଆଲ ମିଡିଆ ଏକ୍ସ’ରେ ତାଙ୍କର ପ୍ରଥମ ନିର୍ବାଚନ ପ୍ରଚାରର ଏକ ପୁରୁଣା ଭିଡିଓ ସେୟାର କରିଛନ୍ତି। ଏଥିରେ ସେ କହିଛନ୍ତି ଯେ ରାଜକୋଟ ମୋ ହୃଦୟରେ ସର୍ବଦା ଏକ ସ୍ୱତନ୍ତ୍ର ସ୍ଥାନରେ ରହିବ। ୨୦୦୨ ରେ ଏହି ଦିନ, ନରେନ୍ଦ୍ର ମୋଦୀ ରାଜକୋଟରୁ ପ୍ରଥମ ନିର୍ବାଚନରେ ​​ବିଜୟୀ ହୋଇ ଗୁଜରାଟ ବିଧାନସଭାର ସଦସ୍ୟ ହୋଇଥିଲେ।

ଅକ୍ଟୋବର ୨୦୦୧ ରେ ନରେନ୍ଦ୍ର ମୋଦି ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ ଏବଂ ଏହି ପଦରେ ରହିବାକୁ ତାଙ୍କୁ ୬ ମାସ ମଧ୍ୟରେ ବିଧାନସଭା ସଦସ୍ୟ ହେବା ଆବଶ୍ୟକ ଥିଲା। ରାଜକୋଟରେ ଅନୁଷ୍ଠିତ ଉପ-ନିର୍ବାଚନରେ ​​ସେ ଏହି ବିଜୟ ହାସଲ କରିଥିଲେ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ରାଜକୋଟ ମୋ ହୃଦୟରେ ସର୍ବଦା ଏକ ସ୍ୱତନ୍ତ୍ର ସ୍ଥାନ ପାଇବ। ଏହି ସହରର ଲୋକମାନେ ହିଁ ମୋତେ ବିଶ୍ୱାସ କରୁଥିଲେ ଏବଂ ମୋତେ ମୋର ପ୍ରଥମ ନିର୍ବାଚନରେ ​​ବିଜୟ ଦେଇଥିଲେ। ସେବେଠାରୁ ମୁଁ ସର୍ବଦା ଲୋକମାନଙ୍କୁ ଭଲ ପାଉଥିବି। ମୁ ସର୍ବଦାଜନତାଙ୍କ ଆଶା ଆକାଂକ୍ଷା ପୁର୍ଣ କରିବାକୁ କାମ କରିଛି।

ସେ ଏହା ମଧ୍ୟ କହିଛନ୍ତି ଯେ ଏହା ଏକ ‘ଆନନ୍ଦଦାୟକ ଘଟଣା’ ଯେ ସେ ଦୁଇ ଦିନ ଏବେ ଗୁଜୁରାଟରେ ଅଛନ୍ତି, ଏହି ସମୟରେ ତାଙ୍କର ରାଜକୋଟରେ ମଧ୍ୟ ଏକ କାର୍ଯ୍ୟକ୍ରମ ହେବ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏଠାରୁ ଦେଶ ପାଇଁ ପାଞ୍ଚଟି ଏମ୍ସ ଲୋକାର୍ପଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଯୁଦ୍ଧ ମଧ୍ୟରେ ଭାରତକୁ ମିଳିଗଲା ବଡ଼ ରାସ୍ତା: ମାରିନେଲା ବାଜି

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ଘରୋଇ ଗ୍ୟାସ ଅଭାବ ମଧ୍ୟରେ ନୂଆଦିଲ୍ଲୀ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିରନ୍ତର ପଦକ୍ଷେପ ନେଉଛି। ଏକ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri