Posted inଜାତୀୟ

ଦିଲ୍ଲୀରେ ପ୍ରବଳ ବର୍ଷା ପରେ ୭ କିମି ଟ୍ରାଫିକ ଜାମ, ୩ ଘଣ୍ଟାରୁ ଅଧିକ ସମୟ ଅଟକିଲା ଗାଡ଼ି

ଭୁବନେଶ୍ୱର,୧ା୯: ସୋମବାର ଗୁରୁଗ୍ରାମରେ ପ୍ରବଳ ବର୍ଷା ଯୋଗୁଁ ୭-୮ କିଲୋମିଟର ଦୀର୍ଘ ଟ୍ରାଫିକ ଜାମ ହୋଇଛି, ଯେଉଁଥିରେ ଗାଡ଼ିଗୁଡ଼ିକ ପ୍ରାୟ ୩ ଘଣ୍ଟାରୁ ଅଧିକ ସମୟ ଅଟକି ରହିଥିଲା। ରାସ୍ତାଗୁଡ଼ିକରେ ପାଣି ଜମି ରହିଥିବାରୁ ସାଧାରଣ ଜୀବନଯାତ୍ରା ବିପର୍ଯ୍ୟସ୍ତ ହୋଇଛି।

ଭାରତୀୟ ପାଣିପାଗ ବିଭାଗ ମଙ୍ଗଳବାର (୨ ସେପ୍ଟେମ୍ବର ୨୦୨୫) ପାଇଁ ଅରେଞ୍ଜ ଆଲର୍ଟ ଜାରି କରି ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି। ଗୁରୁଗ୍ରାମ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ କହିଛନ୍ତି, “ସୋମବାର ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଗୁରୁଗ୍ରାମ ସହରରେ ୧୦୦ ମିମିରୁ ଅଧିକ ବର୍ଷା ରେକର୍ଡ ହୋଇଛି।”

ଏହି ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଜିଲାର ସମସ୍ତ କର୍ପୋରେଟ ଅଫିସ ଓ ଘରୋଇ ଅନୁଷ୍ଠାନକୁ କର୍ମଚାରୀମାନଙ୍କୁ ଘରୁ କାମ କରିବାକୁ ପରାମର୍ଶ ଦିଆଯାଇଛି। ଏହା ସହ ସମସ୍ତ ସ୍କୂଲକୁ ୨ ସେପ୍ଟେମ୍ବରରେ ଅନଲାଇନ କ୍ଲାସ ପରିଚାଳନା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯାତ୍ରୀମାନେ ଜଳମଗ୍ନ ରାସ୍ତା, ବିଶେଷତଃ ଅଣ୍ଡରପାସ ଓ ତଳିଆ ଅଂଚଳ ଅସୁବିଧାର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

କ୍ରିକେଟ ଜଗତରୁ ଆସିଲା ବଡ଼ ଖବର: ୮ ବର୍ଷ ପାଇଁ ଏହି କ୍ରିକେଟରଙ୍କୁ ବ୍ୟାନ୍‌ କଲା ICC

ନୂଆଦିଲ୍ଲୀ,୩।୮: କ୍ରିକେଟ ଜଗତରୁ ଏକ ଚମକାଇଦେଲା ଭଳି ଖବର ସାମ୍ନାକୁ ଆସିଛି। ମ୍ୟାଚ ଫିକ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର କ୍ରିକେଟର ଅଖିଲେଶ ରେଡ୍ଡିଙ୍କୁ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

ଛାଡ଼ପତ୍ର ହେଲେ କାଙ୍ଗାଳ ହେବେ ରୋନାଲ୍ଡୋ! ବିବାହ ପୂର୍ବରୁ ରୋନାଲ୍ଡୋ-ଜର୍ଜିନା କରିଥିଲେ ଏହି ଏଗ୍ରିମେଣ୍ଟ

ଲିସବନ,୩।୮: ପର୍ତ୍ତୁଗାଲର ଦିଗ୍ଗଜ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗେଜଙ୍କ ବିବାହ ତାରିଖକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଉଭୟଙ୍କର ବିବାହ ପୂର୍ବରୁ…

ପାନବରଜରେ ଗୁଳିମାଡ଼ ଘଟଣାର ପର୍ଦ୍ଧାଫାଶ କଲା ପୋଲିସ, ପ୍ଲଟ୍‌ ବ୍ୟବସାୟରୁ ହୋଇଥିଲା ବିବାଦ

ଖୋର୍ଦ୍ଧା,୩।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମରେ ଗୁଳିକାଣ୍ଡ ମାମଲାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା…

ରାଉରକେଲା ସିଭିଲ୍ ଟାଉନ୍‌ସିପ୍‌ରେ ସେକ୍ସ ରାକେଟ୍‌ ଠାବ, ପ୍ରଲୋଭନ ଦେଖାଇ…

ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍‌ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର…

ଏନ୍‌ଲିନୋ ପାଇଁ ସତର୍କ କଲେ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୩।୮: ରାଜ୍ୟରେ ବନ୍ୟା ପ୍ରକୋପ ହ୍ରାସ ପାଇଥିବା ସର୍ବୋଚ୍ଚ ଯନ୍ତ୍ରୀ ସୋମବାର ପ୍ରକାଶ କରିଛନ୍ତି। ମହାନଦୀ ଉପର ମୁଣ୍ଡରେ କି ତଳ ମୁଣ୍ଡରେ ବର୍ଷା ହୋଇ ନାହିଁ।…

ଶ୍ରାବଣ ସୋମବାରରେ ତିନି ରାଜ୍ୟରୁ ଆସିଲେ ଭକ୍ତ, ସ୍ଥାନୀୟ ଯୁବକଙ୍କ ପକ୍ଷରୁ ନିଆଗଲା ବଡ଼ ପଦକ୍ଷେପ

କଲ୍ୟାଣସିଂହପୁର, ୩।୮(ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଐତିହାସିକ ଦେବଗିରି ଶୈବପୀଠ ଉତ୍ସବମୁଖର ହୋଇଉଠିଛି। ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri