Posted inଖେଳ

Video: ବିରାଟ କୋହଲିଙ୍କ ବ୍ୟାଟିଂ ଦେଖୁ ଦେଖୁ ଶୋଇ ପଡ଼ିଥିଲେ ଅନୁଷ୍କା

ଦୁବାଇ,୫।୩: ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଛି। ମାର୍ଚ୍ଚ ୪ରେ ହେବାକୁ ଥିବା ଏହି ମୁକାବିଲାରେ ଟିମ୍‌ ଇଣ୍ଡିଆ ଜବରଦସ୍ତ ପ୍ରଦର୍ଶନ ସହ ଫାଇନାଲରେ ପ୍ରବେଶ କରିଛି। ତେବେ ଏହି ବିଜୟରେ ବଡ଼ ପୁରୋଧା ସାଜିଥିଲେ କ୍ରିକେଟର ବିରାଟ କୋହଲି। ସେ ୮୪ ରନ୍‌ର ଇନିଂସ ଖେଳି ଦଳର ସ୍ଥିତିକୁ ମଜଭୂତ କରିଥିଲେ। ଏଥିଲାଗି ତାଙ୍କୁ ପ୍ଲେୟାର ଅଫ୍‌ ଦ ମ୍ୟାଚ୍‌ ଭାବେ ଚୟନ କରାଯାଇଥିଲା। ଭାରତୀୟ ଟିମ୍‌ର ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିରାଟଙ୍କୁ ସମର୍ଥନ ଦେବାକୁ ପତ୍ନୀ ଅନୁଷ୍କା ଷ୍ଟାଡିୟମରେ ପହଞ୍ଚିଥିଲେ। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଭିଡିଓରେ ଅନୁଷ୍କା ନିଦରେ ଶୋଇ ଯାଇଥିବା ଦେଖାଯାଉଛି। ଏଣୁ ବିରାଟଙ୍କ ବ୍ୟାଟିଂ ଦେଖି ତାଙ୍କୁ ନିଦ ଆସିଯାଇଥିବା ଦାବି କରାଯାଉଛି।

ଭାରତ ବ୍ୟାଟିଂର ୧୫ତମ ଓଭରର ବ୍ରେକ୍‌ ସମୟରେ କ୍ୟାମେରାମ୍ୟାନ୍‌ ଅନୁଷ୍କାଙ୍କୁ ଶୋଇଥିବା ଦେଖାଇଥିଲେ। ସେତେବେଳେ କୋହଲି ୨୮ ବଲରେ ୧୮ ରନ୍‌ କରି ମଇଦାନରେ ଥିଲେ। ସେତେବେଳେ ସେ ବେଶ ଧିରେ ବ୍ୟାଟିଂ କରୁଥିଲେ। ଏଣୁ ଅନୁଷ୍କା ବୋଧହୁଏ ଶୋଇଯାଇଥିବା କୁହାଯାଉଛି। ହେଲେ ବିରାଟଙ୍କ ଏଭଳି ବ୍ୟାଟିଂ ପଛରେ ଭିନ୍ନ କାରଣ ଥିଲା। ପାଓ୍ବାରପ୍ଲେ ସମୟରେ ୨ ଉଇକେଟ ଚାଲିଯିବା ପରେ ଭାରତୀୟ ଦଳ ଚାପରେ ଥିଲା। ସେତେବେଳେ ଭାରତକୁ ମ୍ୟାଚ୍‌ରେ ଏକ ଭାଗିଦାରୀର ଆବଶ୍ୟକତା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri