Video:‘ପରୀକ୍ଷା ପେ’ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ଓଡ଼ିଶା ଝିଅ

ନୂଆଦିଲ୍ଲୀ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ‘ପରୀକ୍ଷା ପେ’ ଚର୍ଚ୍ଚା’ କାର୍ଯ୍ୟକ୍ରମ ଜରିଆରେ ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଇଛନ୍ତି। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ପ୍ରଧାନମନ୍ତ୍ରୀ ମୋଦି ଛାତ୍ରୀଛାତ୍ରଙ୍କୁ ସମ୍ବୋଧନ କରି କହିଛନ୍ତି, ନିଜ ପାଇଁ ଛୋଟ ଛୋଟ ଲକ୍ଷ୍ୟ ନିର୍ଦ୍ଧାରଣ କରନ୍ତୁ। ପ୍ରଥମରୁ ବଡ଼ ଲକ୍ଷ୍ୟ ରଖି ଚାପ ନିଅନ୍ତୁ ନାହିଁ ବୋଲି ପିଲାମାନଙ୍କୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ କଟକ ବାଙ୍କୀର ଜଣେ ଛାତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି। ପରୀକ୍ଷା ହଲ୍‌ରେ କିପରି ଚାପମୁକ୍ତ ରହିହେବ ବୋଲି ରାଜଲକ୍ଷ୍ମୀ ଆଚାର୍ଯ୍ୟ ନାମକ ଏହି ଛାତ୍ରୀ ଜଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ପଚାରିଥିଲେ। ଏହାର ଜବାବରେ ମୋଦି କହିଥିଲେ, ପରୀକ୍ଷା ଆରମ୍ଭ ପୂର୍ବରୁ ପାଖରେ ଥିବା ବନ୍ଧୁଙ୍କ ସହ କଥାବାର୍ତ୍ତା ହୁଅନ୍ତୁ ଏବଂ ପରୀକ୍ଷା ହଲରେ ପ୍ରବେଶ ପରେ ନିଜ ଭିତରେ ହଜିଯାଆନ୍ତୁ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ୟମରେ ‘ପରୀକ୍ଷା ପେ’ ଚର୍ଚ୍ଚା’ର ସପ୍ତମ ସଂସ୍କରଣର ଆୟୋଜନ କରାଯାଉଛି। ଏହି ସଂସ୍କରଣ ପାଇଁ ମାଇଗଭ ପୋର୍ଟାଲରେ ୨.୨୬ କୋଟି ପଞ୍ଜିକରଣ ରେକର୍ଡ କରାଯାଇଛି। ଦେଶବ୍ୟାପୀ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ କେତେ ଉତ୍ସାହ ରହିଛି ତାହା ଏଥିରୁ ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri