Video:‘ପରୀକ୍ଷା ପେ’ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ଓଡ଼ିଶା ଝିଅ

ନୂଆଦିଲ୍ଲୀ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ‘ପରୀକ୍ଷା ପେ’ ଚର୍ଚ୍ଚା’ କାର୍ଯ୍ୟକ୍ରମ ଜରିଆରେ ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଇଛନ୍ତି। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ପ୍ରଧାନମନ୍ତ୍ରୀ ମୋଦି ଛାତ୍ରୀଛାତ୍ରଙ୍କୁ ସମ୍ବୋଧନ କରି କହିଛନ୍ତି, ନିଜ ପାଇଁ ଛୋଟ ଛୋଟ ଲକ୍ଷ୍ୟ ନିର୍ଦ୍ଧାରଣ କରନ୍ତୁ। ପ୍ରଥମରୁ ବଡ଼ ଲକ୍ଷ୍ୟ ରଖି ଚାପ ନିଅନ୍ତୁ ନାହିଁ ବୋଲି ପିଲାମାନଙ୍କୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ କଟକ ବାଙ୍କୀର ଜଣେ ଛାତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି। ପରୀକ୍ଷା ହଲ୍‌ରେ କିପରି ଚାପମୁକ୍ତ ରହିହେବ ବୋଲି ରାଜଲକ୍ଷ୍ମୀ ଆଚାର୍ଯ୍ୟ ନାମକ ଏହି ଛାତ୍ରୀ ଜଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ପଚାରିଥିଲେ। ଏହାର ଜବାବରେ ମୋଦି କହିଥିଲେ, ପରୀକ୍ଷା ଆରମ୍ଭ ପୂର୍ବରୁ ପାଖରେ ଥିବା ବନ୍ଧୁଙ୍କ ସହ କଥାବାର୍ତ୍ତା ହୁଅନ୍ତୁ ଏବଂ ପରୀକ୍ଷା ହଲରେ ପ୍ରବେଶ ପରେ ନିଜ ଭିତରେ ହଜିଯାଆନ୍ତୁ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ୟମରେ ‘ପରୀକ୍ଷା ପେ’ ଚର୍ଚ୍ଚା’ର ସପ୍ତମ ସଂସ୍କରଣର ଆୟୋଜନ କରାଯାଉଛି। ଏହି ସଂସ୍କରଣ ପାଇଁ ମାଇଗଭ ପୋର୍ଟାଲରେ ୨.୨୬ କୋଟି ପଞ୍ଜିକରଣ ରେକର୍ଡ କରାଯାଇଛି। ଦେଶବ୍ୟାପୀ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ କେତେ ଉତ୍ସାହ ରହିଛି ତାହା ଏଥିରୁ ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri