ଜରୁରୀ ଅବତରଣ ବେଳେ ୨ ଫାଳ ହୋଇଗଲା ବିମାନ

ସାନ ଜୋସ,୮।୪: କୋଷ୍ଟା ରିକାରେ ଗୁରୁବାର ଏକ ଜରୁରୀକାଳିନ ଅବତରଣ ବେଳେ ଏକ କାର୍ଗୋ ବିମାନ ଦୁଇ ଫାଳ ହୋଇଯାଇଛି। ଏହି ବିମାନ ଦୁର୍ଘଟଣାରେ କେହି ମୃତାହତ ହୋଇ ନାହାନ୍ତି। କିନ୍ତୁ ଦୁର୍ଘଟଣା ଯୋଗୁ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ସାମୟିକ ଭାବେ ବନ୍ଦ କରିବାକୁ ପଡ଼ିଥିଲା।

ଡିଏଚ୍‌ଏଲ ବୋଇଂ ୭୫୭ ହଳଦିଆ ବିମାନ ଅବତରଣ ବେଳେ ରନଓ୍ବେରୁ ସ୍ଲାଇଡ୍‌ କରି ବାହାରକୁ ଚାଲି ଯାଇଥିଲା। ତା’ ପରେ ବିମାନର ରେୟାର ହୁଇଲ ପାଖରୁ ପଛ ଭାଗ ଭାଙ୍ଗି ଯାଇଥିଲା। ଦୁର୍ଘଟଣା ବେଳେ ବିମାନ ମଧ୍ୟରେ ଥିବା ଦୁଇ କ୍ରୁ ମେମ୍ବରଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କୋଷ୍ଟା ରିକାର ଅଗ୍ନଶମ ବାହିନୀ ଅଧିକାରୀ ହେକ୍ଟର ଚାଭେସ କହିଛନ୍ତି।

ଦୁର୍ଘଟଣା ସକାଳ ୧୦ଟା ୩୦ରେ ଘଟିଥିଲା। ବୋଇଂ ୭୩୭ ବିମାନ ଜୁଆନ ସାଣ୍ଟାମାରିଆ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଉଡାଣ ଆରମ୍ଭ କରିଥିଲା। ମାତ୍ର ଯାନ୍ତ୍ରିକ ତ୍ରୁଟି ଯୋଗୁ ୨୫ ମିନିଟ୍‌ ମଧ୍ୟରେ ବିମାନକୁ ଜରୁରୀ ଅବତରଣ କରିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri