Posted inଜାତୀୟ

ହିଜାବ ଆନ୍ଦୋଳନ ବେଳେ ମହିଳାଙ୍କୁ ମାଡ଼

ଗାଜିଆବାଦ,୧୬।୨: ହିଜାବ କଟକଣା ବିରୋଧରେ ଆନ୍ଦୋଳନ ବେଳେ ବୁର୍ଖା ପିନ୍ଧିଥିବା ମୁସଲିମ ମହିଳାଙ୍କୁ ପୋଲିସ କର୍ମୀ ଲାଠି ମାଡ଼ କରିଛନ୍ତି। ଉତ୍ତରପ୍ରଦେଶର ଗାଜିଆବାଦରେ ଘଟିଥିବା ଏହି ଘଟଣାର ଭିଡିଓ ଭାଇରାଲ ହୋଇଛି। କର୍ନାଟକର ଉଡୁପି ଜିଲାରୁ ଆରମ୍ଭ ହୋଇଥିବା ହିଜାବ ଆନ୍ଦୋଳନର ପ୍ରଭାବ ନିର୍ବାଚନ ଚାଲିଥିବା ଏହି ରାଜ୍ୟରେ ମଧ୍ୟ ଦେଖିବାକୁ ମିଳିଛି।

ଘଟଣାର ଭିଡିଓ ଭାଇରାଲ ହେବା ପରେ ପୋଲିସର କାର୍ଯ୍ୟକୁ ସମାଲୋଚନା କରାଯାଉ ଥିବା ବେଳେ ଭିଡିଓର ତଦନ୍ତ ଚାଲିଥିବା ପୋଲିସ ପକ୍ଷରୁ କୁହାଯାଇଛି।

ପୋଲିସ ପକ୍ଷରୁ ଆନ୍ଦୋଳନକାରୀଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରାଯାଇଛି। ସେଥିରେ ଉଲ୍ଲେଖ ରହିଛି, ଗାଜିଆବାଦର ଶନି ବଜାର ରୋଡରେ ପ୍ରାୟ ୧୫ ମୁସଲିମ ମହିଳା ଆନ୍ଦୋଳନ କରୁଥିବା ଖବର ମିଳିଥିଲା। ସେମାନେ ବିନା ଅନୁମତିରେ ଆନ୍ଦୋଳନ କରୁଥିଲେ। ପୋଲିସ ପହଞ୍ଚିବା ପରେ ସେମାନେ ଆରମ୍ଭ କରିଥିଲେ ସରକାର ବିରୋଧୀ ସ୍ଲୋଗାନ। ମହିଳା କନଷ୍ଟେବଳ ବିକ୍ଷୋଭକାରୀଙ୍କୁ ତଡ଼ିବାକୁ ଉଦ୍ୟମ କରିଥିଲେ। ତାଙ୍କୁ ଗାଳିଗୁଲଜ କରିଥିଲେ କିଛି ପୁରୁଷ ଆନ୍ଦୋଳନକାରୀ। ଜଣେ ଅଭିଯୁକ୍ତଙ୍କୁ ରଇଜ ବୋଲି ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri