ବିଡିଓ,ସହକାରୀ ଯନ୍ତ୍ରୀଙ୍କ ବାସଭବନରୁ କଟିଲା ବିଦ୍ୟୁତ୍‌

ସେମିଳିଗୁଡା/ସୁନାବେଡା, ୧୫।୫(ସ୍ବ.ପ୍ର.): ୨ଜଣ ସରକାରୀ ଅଧିକାରୀଙ୍କ କ୍ୱାର୍ଟସରେ ସ୍ବୀକୃତି ନ ଥାଇ ସଂଯୋଗ ହୋଇଥିବା ବିଦ୍ୟୁତ୍‌କୁ କାଟିଛି ବିଦ୍ୟୁତ୍‌ ବିଭାଗ। ସେମିଳିଗୁଡା ବ୍ଲକ ବିଡିଓ ଏବଂ ସହକାରୀ ଯନ୍ତ୍ରୀଙ୍କ ସରକାରୀ ବାସଭବନରୁ ଟାଟା ପାୱାର୍‌ର ଏନଫୋର୍ସମେଣ୍ଟ ଅଧିକାରୀଙ୍କ ନିର୍ଦ୍ଦେଶରେ ଶୁକ୍ରବାର ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଛି। ଟାଟା ପାୱାର୍‌ର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ୨୦୧୨ରୁ ବିନା କୌଣସି କାଗଜପତ୍ରରେ ଉପରୋକ୍ତ ଦୁଇ ଅଧିକାରୀଙ୍କ ସରକାରୀ ବାସଭବନକୁ ବିଦ୍ୟୁତ୍‌ ସଂଯୋଗ ହୋଇଥିଲା। ଗତ କିଛି ବର୍ଷ ତଳେ ପୁରୁଣା ଘରକୁ ନବୀକରଣ କରାଯାଇଥିଲେ ମଧ୍ୟ ବିଦ୍ୟୁତ୍‌ ସଂଯୋଗକୁ ସ୍ଥାୟୀ କରାଯାଇ ନାହିଁ। ଉଭୟ ଅଧିକାରୀଙ୍କ ଉପରେ ୫୦ ହଜାରରୁ ଉଦ୍ଧର୍‌ବ ଟଙ୍କା ବକେୟା ଥିବାରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଛି । ଏ ସମ୍ପର୍କରେ ସୁନାବେଡା ବିଦ୍ୟୁତ୍‌ ବିଭାଗ ଏସଡିଓ ବିଶ୍ବକେସନ ପ୍ରଧାନଙ୍କୁ ପଚାରିବାରୁ ସେଏ ସମ୍ପର୍କରେ କିଛି ଜାଣି ନାହାନ୍ତି। ବିଭାଗର ଏନଫୋର୍ସମେଣ୍ଟ ଅଧିକାରୀଙ୍କୁ ପଚାରି ବୁଝିବେ ବୋଲି କହିଥିଲେ। ସେମିଳିଗୁଡା ବିଡିଓଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଅଭାବନୀୟ ଘଟଣା

ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍‌ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ…

ଦ୍ୱିତୀୟ ଥର ପାଇଁ ଲଲାଟ ହେଲେ କୋରାପୁଟ ଜିଲା ବିଜେଡି ଯୁବ ସଭାପତି

କୋରାପୁଟ, ୧୨।୨(ଅମିତାଭ ବେହେରା): କୋରାପୁଟ ପୌରାଧକ୍ଷ ଲଲାଟ ରଂଜନ ସେଠିଙ୍କୁ ଦ୍ୱିତୀୟ ଥର ପାଇଁ କୋରାପୁଟ ଜିଲାର ଯୁବ ବିଜୁ ଜନତା ଦଳର ସଭାପତି ଭାବେ ଦାୟିତ୍ୱ…

ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍‌ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…

କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri