Posted inଖେଳ

Video: ହାରିବା ସତ୍ତ୍ୱେ ହୃଦୟ ଜିତିଲେ ଧୋନୀ: ପଡ଼ିଆରେ କଲେ ଏମିତି କାମ, ଦେଖନ୍ତୁ ଭିଡିଓ

ଚେନ୍ନାଇ,୩୧।୩: ଆଇପିଏଲ ୨୦୨୫ରେ ଚେନ୍ନାଇ ସୁପର କିଙ୍ଗସ ଲଗାତାର ଦ୍ୱିତୀୟ ପରାଜୟ ବରଣ କରିଛି। ରାଜସ୍ଥାନ ରୟାଲ୍ସ ସିଏସକେକୁ ୬ ରନର ନିକଟତମ ବ୍ୟବଧାନରେ ପରାସ୍ତ କରିଥିଲା। ଏହି ପରାଜୟ ସତ୍ତ୍ୱେ ଧୋନୀ ପଡିଆରେ ହୃଦୟ ଜିତିଥିଲେ। ରାଜସ୍ଥାନ ରୟାଲ୍ସ ଦଳର ମୁଖ୍ୟ କୋଚ ରାହୁଲ ଦ୍ରାବିଡ ଆହତ ହୋଇଛନ୍ତି। ବେଙ୍ଗାଲୁରୁରେ ଏକ କ୍ରିକେଟ ମ୍ୟାଚ ଖେଳୁଥିବା ସମୟରେ ସେ ଆହତ ହୋଇଥିଲେ। IPL 2025 ମ୍ୟାଚ ସମୟରେ ତାଙ୍କର ହ୍ବିଲଚେୟାର କିମ୍ବା ଆଶାବାଡ଼ି ସାହାଯ୍ୟରେ ଚାଲିବାର ଫଟୋ ଲଗାତାର ଭାଇରାଲ ହେଉଛି।

ରାଜସ୍ଥାନ ରୟାଲ୍ସର ୬ ରନରେ ବିଜୟ ପରେ, ଏମଏସ ଧୋନୀ ରାହୁଲ ଦ୍ରାବିଡଙ୍କୁ ଭେଟିବାକୁ ଯାଇଥିଲେ। ଦୁହେଁ କିଛି ସମୟ କଥାବାର୍ତ୍ତା ହୋଇଥିଲେ, ଏହା ପରେ ଅନ୍ୟ CSK ଖେଳାଳିମାନେ ମଧ୍ୟ କିମ୍ବଦନ୍ତୀ କ୍ରିକେଟର ଦ୍ରାବିଡଙ୍କୁ ଭେଟି ତାଙ୍କ ସହ ହାତ ମିଳାଇଥିଲେ। ରାହୁଲଙ୍କୁ ଚାଲିବାରେ କଷ୍ଟ ହେଉଥିବାରୁ ସେ ସିଏସ୍‌କେ ଖେଳାଳିଙ୍କୁ ତାଙ୍କ ନିକଟକୁ ଆସି ହାତ ମିଳାଇବାକୁ ଇସାରା ଦେଇଥିଲେ।

ଏହି ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସକୁ ୧୮୩ ରନର ଟାର୍ଗେଟ ପିଛା କରିବାର ଥିଲା। ଋତୁରାଜ ଗାୟକ୍ୱାଡ ୬୩ ରନ କରି ଚେନ୍ନାଇକୁ ବିଜୟର ନିକଟତର କରିବାକୁ ଯଥାସମ୍ଭବ ଚେଷ୍ଟା କରିଥିଲେ କିନ୍ତୁ ବିଫଳ ହୋଇଥିଲେ। ଯେତେବେଳେ ଚେନ୍ନାଇକୁ ୫୪ ରନ ଆବଶ୍ୟକ ଥିଲା ଏବଂ ଅଧିକ ବଲ ବାକି ନ ଥିଲା, ସେତେବେଳେ ଏମଏସ ଧୋନୀ ବ୍ୟାଟିଂ କରିବାକୁ ଆସିଥିଲେ। କିନ୍ତୁ ଏଥର ଥାଲା ୧୧ ବଲ୍‌ରେ ୧୬ ରନ କରିବା ପରେ ଆଉଟ ହୋଇଥିଲେ। ଫଳସ୍ବରୂପ, CSKକୁ ୬ ରନରେ ନିକଟତର ପରାଜୟର ସମ୍ମୁଖୀନ ହେବାକୁ ପଡିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri