୬ ଘଣ୍ଟା ହେଲା ଜଳୁଛି ପାର୍ଲାମେଣ୍ଟ

କେପ ଟାଉନ,୨।୧: ଦକ୍ଷିଣ ଆଫ୍ରିକାର ହାଉସ ଅଫ୍‌ ପାର୍ଲାମେଣ୍ଟରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଦୀର୍ଘ ୬ ଘଣ୍ଟା ହେଲା ଦମକଳ ବାହାନୀ ମୁତୟନ ହୋଇଥିଲେ ମଧ୍ୟ ନିଆଁକୁ ଆୟତ୍ତ କରାଯାଇପାରି ନାହିଁ। ଘଟଣାର ପ୍ରସାରଣ କରୁଥିବା ଚ୍ୟାନେଲରେ ପାର୍ଲାମେଣ୍ଟ ବିଲ୍ଡିଂର ଛାତ ଉପରେ ବଡ଼ ଧରଣର ନିଆଁ ଲାଗିଥିବା ଦେଖିବାକୁ ମିଳିଛି।

ତେବେ ଏଥିରେ କୌଣସି ମୃତାହତ ହୋଇଥିବା ରିପୋର୍ଟ ଆସିନାହିଁ। ନିଆଁ ଲାଗିବାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ। କିନ୍ତୁ ବିଶ୍ୱାସ କରାଯାଉଛି ଯେ, ନିଆଁ ପ୍ରଥମେ ପାର୍ଲାମେଣ୍ଟର ଏକ ପୁରୁଣା ବିଲ୍ଡିଂରେ ଲାଗିଥିଲା। ସେଠାରୁ ନିଆଁ ମୁଖ୍ୟ ବିଲ୍ଡିଂକୁ ବ୍ୟାପିଥିବା କୁହାଯାଉଛି। ଦୀର୍ଘ ସମୟ ହେଲା ଜଳୁଥିବାରୁ ବିଲ୍ଡିଂ କାନ୍ଥରେ ବଡ଼ ଫାଟ ସୃଷ୍ଟି ହୋଇଛି। ଏଣୁ କୋଠା ଭୁଷୁଡ଼ିବାର ସମ୍ଭାବନା ରହିଥିବା ଜଣେ ଅଧିକାରୀ କହିଛନ୍ତି।

ପ୍ରଥମେ ନିଆଁ ଲିଭାଇବା ପାଇଁ ୩୦ ଅଗ୍ନିଶମ କର୍ମୀ ଆସିଥିଲେ। ସେମାନେ ନିଆଁକୁ ଆୟତ୍ତ କରିବାକୁ ବିଫଳ ହେବା ପରେ ୮୦ ଅଗ୍ନିଶମ କର୍ମଚାରୀଙ୍କ ସହ କ୍ରେନ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri