Video: ଦିଲ୍ଲୀ ଲାଲ୍‌କିଲ୍ଲା ନିକଟ ଭୟଙ୍କର ବିସ୍ଫୋରଣ ପରେ ବ୍ୟାପକ କ୍ଷୟକ୍ଷତି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ଐତିହାସିକ ଲାଲକିଲ୍ଲା (Red Fort) ମେଟ୍ରୋ ଷ୍ଟେସନ୍ ନିକଟରେ ଏକ କାର୍‌ରେ ଭୟଙ୍କର ବିସ୍ଫୋରଣ ହେବା ପରେ ବ୍ୟାପକ ନିଆଁ ଲାଗିଯାଇଛି ଏବଂ ଘଟଣାସ୍ଥଳରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।

ଏହି ଶକ୍ତିଶାଳୀ ବିସ୍ଫୋରଣ ଯୋଗୁଁ ରାସ୍ତାରେ ଥିବା ଏକ ଗାଡି ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ଏହାର ନିକଟରେ ଥିବା ଅନ୍ୟାନ୍ୟ ଗାଡ଼ି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ବିସ୍ଫୋରଣର ପ୍ରଭାବ ଏତେ ଅଧିକ ଥିଲା ଯେ କିଛି ମିଟର ଦୂରରେ ଥିବା ଗାଡ଼ିର କାଚ ମଧ୍ୟ ଭାଙ୍ଗି ଯାଇଛି।

ଭିଡିଓରେ ଜଳୁଥିବା ଗାଡ଼ିରୁ ଧୂଆଁ ବାହାରୁଥିବା ଦେଖାଯାଇଛି ଏବଂ ଅନ୍ୟ ଏକ ଭିଡିଓରେ ଗୋଟିଏ ଭ୍ୟାନ୍‌ର କବାଟ ଉଡିଯାଇଥିବା ଏବଂ ଗୋଟିଏ କାର୍ ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ଜଣେ ଆହତ ବ୍ୟକ୍ତି ତଳେ ପଡ଼ି ରହିଥିବାର ଦୃଶ୍ୟ ମଧ୍ୟ ସାମ୍ନାକୁ ଆସିଛି।

୨୦ଟି ଅଗ୍ନିଶମ ଗାଡ଼ି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ବିସ୍ଫୋରଣରେ ଆହତ ହୋଇଥିବା କେତେକ ଲୋକଙ୍କୁ ଚିକିତ୍ସା ପାଇଁ ଲୋକ ନାୟକ ଜୟପ୍ରକାଶ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଲାଲକିଲ୍ଲା ପୁରୁଣା ଦିଲ୍ଲୀର ଏକ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଅବସ୍ଥିତ ଥିବାରୁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?