ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ବଢୁଛି ସେଲ୍ଫି ପଏଣ୍ଟର ଚାହିଦା

ଦାରିଙ୍ଗବାଡି,୨୨।୮(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ସେପ୍ଟେମ୍ବର ଠାରୁ ପର୍ଯ୍ୟଟକଙ୍କ ଆଗମନ ହେଉଥିବା ନଜିର ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ଯୋଜନା କରାଯାଉଛି। ବିଶେଷ କରି ପର୍ଯ୍ୟଟକଙ୍କୁ ମୌଳିକ ସୁବିଧା ତଥା ପିଇବା ପାଣି, ଶୌଚାଳୟ ଓ ବର୍ଷା, ଖରାରେ ଆଶ୍ରୟ ନେବା ପାଇଁ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ଦାରିଙ୍ଗବାଡିର ଏକାଧିକ ପର୍ଯ୍ୟଟନ କ୍ଷେତ୍ରର ରୂପାନ୍ତର ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ୧୮ କୋଟି ଟଙ୍କା ର ବ୍ୟୟବରାଦ କରାଯିବା ସହ ଟେଣ୍ଡର ପ୍ରକ୍ରିୟା ସରିଥିବା ବେଳେ କଫି, ଡୁଲୁରୀ, ଜଳପ୍ରପାତ ଆଦି ପର୍ଯ୍ୟଟନ କ୍ଷେତ୍ରର ସୌନ୍ଦର୍ଯ୍ୟ କାର୍ଯ୍ୟକୁ କରାଯାଉଛି। ସେହିପରି କଫି ଓ ଡୁଲୁରୀଠାରେ ସେଲ୍ଫି ପଏଣ୍ଟ କରାଯିବା ପରେ ଏବେ ହିଲଭିୟୁ ପାର୍କ, ନେଚର ପାର୍କ, ମିଡିୟୁାନ୍ଦା ଜଳପ୍ରପାତ, ଲଭର୍ସ ପଏଣ୍ଟ, ପାଙ୍ଗାଲି ଘାଟି ଆଦି ରେ ସେଲ୍ଫି ପଏଣ୍ଟ କରାଯିବା ପାଇଁ ଅଞ୍ଚଳବାସୀ ପକ୍ଷରୁ ପ୍ରଶାସନ ନିକଟରେ ଦାବି ଉଠିଛି। ସେପଟେ ଡୁଲୁରୀ ଓ କଫି ବଗିଚାରେ ହୋଇଥିବା ସେଲ୍ଫି ପଏଣ୍ଟର ଚାହିଦା ବୃଦ୍ଧି ପାଉଛି। ନିଜେ ଦାରିଙ୍ଗବାଡିର ଯୁବ ବିଡ଼ିଓ ପ୍ରୀତିରଞ୍ଜନ ରଥ ସେଲ୍ଫି ପଏଣ୍ଟରେ ଫଟୋ ଉଠାଇବା ନିଶା ଦେଖିବାକୁ ମିଳିଛି। ଏହା ମୋବାଇଲକୁ ମୋବାଇଲ ଘୁରିବୁଲୁଛି ଓ ଏହା ଯୁବ ପିଢିଙ୍କୁ ଆକୃଷ୍ଟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?