ଭାଇରାଲ୍ ହେଲା ଭିଡିଓ: ତାତିଲେ ଅଭିଭାବକ, ବଦଳି ହେଲେ ଖେଳ ଶିକ୍ଷକ

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ପଞ୍ଚାୟତସ୍ଥିତ ବାଣୀପଙ୍ଗା ସରକାରୀ ଏସ୍ଏସ୍‌ଡି ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଛାତ୍ରୀମାନଙ୍କୁ ଚଲାଇ ଥାନାକୁ ଆଣିବା ଅଭିଯୋଗରେ ଶନିବାର ଛାତ୍ରୀଙ୍କ ଅଭିଭାବକ ସ୍କୁଲ ସାମ୍ନାରେ ଧାରଣା ଦେଇଥିବା ଘଟଣାରେ ଶିକ୍ଷକଙ୍କୁ ଅନ୍ୟ ସ୍କୁଲ୍କୁ ବଦଳି କରିଛନ୍ତି ଜିଲାପାଳ।

ସୂଚନାନୁସାରେ ବିଦ୍ୟାଳୟରେ ଗତ ଗୁରୁବାର ଖେଳ ଶିକ୍ଷକ ବିଳମ୍ବରେ ଆସିବା ଓ ବିଦ୍ୟାଳୟ ଭିତରେ ସରପଞ୍ଚ ଭିଡିଓ ବନାଇବା ନେଇ ସ୍କୁଲର ଖେଳ ଶିକ୍ଷକ ଓ ସରପଞ୍ଚଙ୍କ ମଧ୍ୟରେ ଛକାପଞ୍ଝା ଦେଖିବାକୁ ମିଳିଥିଲା। ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ପରେ ଶୁକ୍ରବାର ଶିକ୍ଷକ ଜଣକ ସ୍କୁଲର ଛାତ୍ରୀମାନଙ୍କୁ ଦୀର୍ଘ ୧୦ କିଲୋମିଟର ଚଲାଇ ସରପଞ୍ଚଙ୍କ ନାମରେ ଏତଲା ଦେବା ପାଇଁ ଯାଇଥିଲେ।

ଏହି ସମୟର ଭିଡିଓ ଭାଇରାଲ୍ ହେବା ପରେ ଅଭିଭାବକ ମହଲରେ ଆଲୋଚନାର ବିଷୟ ହୋଇଥିଲା। ଭିଡିଓ ଭାଇରାଲ୍ ଖବର ପାଇ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପଙ୍କଜ ବଳିଆର ସିଂ ବାଣୀପଙ୍ଗା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଅବଗତ କରାଇଥିଲେ। ପରେ ପ୍ରଧାନ ଶିକ୍ଷକ କହିବା ପରେ ସମ୍ପୃକ୍ତ ଶିକ୍ଷକ ଛାତ୍ରୀମାନଙ୍କୁ ସ୍କୁଲକୁ ଫେରାଇ ଆଣିଥିଲେ। ହେଲେ ଛାତ୍ରୀମାନଙ୍କୁ ମାନଙ୍କୁ ଚଳାଇ ନେବା ନେଇ ଶନିବାର ଅଭିଭାବକ ମାନେ ବିଦ୍ୟାଳୟ ମୁଖ୍ୟ ଫାଟକ ଆଗରେ ଧାରଣାରେ ବସିଥିଲେ।

ଖବର ପାଇ ଜିଲା ମଙ୍ଗଳ ଅଧୂକାରୀ ଅନ୍ତର୍ଯାମୀ କହଁର, ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ କଳକୀ ବଲ୍ଲଭ ସାମନ୍ତରାୟ, ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର, ଲାଞ୍ଜିଗଡ ପଞ୍ଚାୟତ ସମିତି ଅଧ୍ଯକ୍ଷା କମଳା ପାତ୍ର, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପଙ୍କଜ ବଳିଆର ସିଂ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟ ଓ ସରପଞ୍ଚଙ୍କ ସହ ଆଲୋଚନା କରିଥିଲେ।

ଏ ବିଷୟରେ ଜିଲା ମଙ୍ଗଳ ଅଧିକାରୀ କହଁରଙ୍କୁ ପଚାରିବାରୁ ସେ କହିଥିଲେ, ମୁଁ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲି। ଜିଲାପାଳଙ୍କୁ ଏହାର ରିପୋର୍ଟ ଦିଆଯିବ ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ପ୍ରକାଶ କରିଥିଲେ। ଏହାସହ ଅଭିଭାବକଙ୍କୁ ବୁଝାଶୁଝା କରିବା ପରେ ଧାରଣାରୁ ଉଠିଥିବା ପ୍ରକାଶ କରିଥିଲେ। ଏହାର ତଦନ୍ତ କରି କଳାହାଣ୍ଡି ଜିଲାପାଳ ପତ୍ର ସଂଖ୍ୟା ୩୪୧ ତାରିଖ ୪/୨ /୨୦୨୫ ଅନୁଯାୟୀ ଶିକ୍ଷକଙ୍କୁ କଳାହାଣ୍ଡି ଜିଲା ମଦନପୁର ରାମପୁର ବ୍ଲକର ଲୁବେନଗଡ ସରକାରୀ ଏସ୍ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ ବଦଳି କରିଥିବା ଜିଲା ମଙ୍ଗଳ ଅଧୂକାରୀ ଅନ୍ତର୍ଯ୍ୟାମୀ କହଁରଙ୍କ ଠାରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri