Posted inଜାତୀୟ

ଯୁବତୀଙ୍କ ଗର୍ଭପାତ କରାଇଲେ ଡାକ୍ତର ନେବେ ୧୦ ହଜାର ଟଙ୍କା, ଭିଡିଓ ଭାଇରାଲ୍‌

ଲକ୍ଷ୍ନୌ,୫।୧୧: ଉତ୍ତର ପ୍ରଦେଶର ବଦାୟୁଁ ସହରର ଏକ ଘରୋଇ ଡାକ୍ତରଖାନାର ମହିଳା ଡାକ୍ତରଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ଅବିବାହିତା ଯୁବତୀଙ୍କ ଗର୍ଭପାତ ପାଇଁ ୧୦ ହଜାର ଟଙ୍କା କାରବାର କରୁଥିବା ଦେଖିବାକୁ ମିଳିଛି। ଏହି ଅଭିଯୋଗ ଆସିବା ପରେ ସିଏମଓ ତଦନ୍ତ ଆରମ୍ଭ କରିଛି। ବର୍ତ୍ତମାନ ଡାକ୍ତରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଭାଇରାଲ ହୋଇଥିବା ଭିଡିଓ ଗାନ୍ଧୀ ଗ୍ରାଉଣ୍ଡ ପାନବାଡିଆ ନିକଟସ୍ଥ ଏକ ଡାକ୍ତରଖାନାର ବୋଲି ଜଣାପଡିଛି। ଭିଡିଓ ଅନୁଯାୟୀ ଗତ ମଙ୍ଗଳବାର ଦୁଇଜଣ ମହିଳା ଘରୋଇ ଡାକ୍ତରଖାନାରେ ପହଞ୍ଚିଥିଲେ। ସେ ମହିଳା ଡାକ୍ତରଙ୍କ ସହ କଥା ହୋଇ ଗର୍ଭପାତ କରିବା କଥା ପଚାରିଥିଲେ। ଏହାର ମୂଲ୍ୟ କେତେ ହେବ ବୋଲି ସେମାନେ ଡାକ୍ତରଙ୍କୁ ପଚାରିଥିଲେ। ଏହାର ଜବାବରେ ଡାକ୍ତର କହିଥିଲେ ଯଦି ଅବିବାହିତା, ତେବେ ୧୦ ହଜାର ଟଙ୍କା। ବିବାହିତ ମହିଳାଙ୍କ ପାଇଁ ଏହାଠାରୁ କମ ଟଙ୍କା ରହିବ। ତା’ପରେ ମହିଳାମାନେ ପଚାରିଥିଲେ ଗର୍ଭପାତ କେବେ ହୋଇପାରିବ? ଡାକ୍ତର କହଥିଲେ ଯେ ସେ ଯୁବତୀଙ୍କୁ ଆଜି ନେଇଆସ। ସଙ୍ଗେ ସଙ୍ଗେ ହୋଇଯିବ। ଏହି ସମୟ ମଧ୍ୟରେ ଜଣେ ବ୍ୟକ୍ତି ମହିଳା ଡାକ୍ତରଙ୍କ ଭିଡିଓ ମଧ୍ୟ କରିଥିଲେ। ଗତ ବୁଧବାରଠାରୁ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହା ଉପରେ ସିଏମଓ ଡକ୍ଟର ଯଶପାଲ ସିଂ ଏହାର ତଦନ୍ତ ଏସିଏମ୍‌ଓ ଡା. କେ କେ ଜୋହରିଙ୍କୁ ପ୍ରଦାନ କରିଛନ୍ତି। ଏପର୍ଯ୍ୟନ୍ତ ଘରୋଇ ଡାକ୍ତରଖାନାର ମହିଳା ଡାକ୍ତରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ତଦନ୍ତ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

ରଥଯାତ୍ରାର ଅନ୍ତିମ ଯାତ୍ରା ଦେଖିବା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ଆଗମନ

ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri